Odiapua.com

କେନ୍ଦ୍ରମନ୍ତ୍ରୀ ଶିକ୍ଷା ମନ୍ତ୍ରୀଙ୍କ ଟ୍ୱିଟ୍ : କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରାଗଲା – ଧର୍ମେନ୍ଦ୍ର ପ୍ରଧାନ

– ଏହି ନିଷ୍ପତି ଜନଜାତି ବହୁଳ ଅଞ୍ଚଳ କଳାହାଣ୍ଡି ସମେତ ଆଖପାଖ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବ
– କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଦାନ କଲେ ୟୁଜିସି ଅନିୟମ ୧୯୫୬ ଧାରା ୧୨(ବି)ରେ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ।
– ବିଶ୍ଵବିଦ୍ୟାଳୟ ମାନ୍ୟତା ନେଇ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା କେନ୍ଦ୍ରମନ୍ତ୍ରୀଙ୍କୁ ଅବଗତ କରାଇଥିଲେ

ନୂଆଦିଲ୍ଲୀ/ ଭୁବନେଶ୍ବର, ଅଗଷ୍ଟ ୧୮ (ଓଡ଼ିଆ ପୁଅ) – କଳାହାଣ୍ଡି ବିଶ୍ବବିଦ୍ୟାଳୟକୁ ୟୁଜିସି ଅନିୟମ ୧୯୫୬, ଧାରା ୨(ଏପ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ଆଜି ବିଶ୍ବବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛି ବୋଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଏହି ନିଷ୍ପତି ନିଶ୍ଚିତ ଭାବରେ ଜନଜାତି ବହୁଳ ଅଞ୍ଚଳ କଳାହାଣ୍ଡି ସମେତ ଆଖପାଖ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବ ଏବଂ ପ୍ରଧାନମନ୍ତ୍ରୀଙ୍କ ଦୁରଦୃଷ୍ଟିସମ୍ପନ୍ନ “ଜାତୀୟ ଶିକ୍ଷା ନୀତି’ ଜରିଆରେ ଗୁଣାତ୍ମକ ଶିକ୍ଷା ଉପଲବ୍ଧ କରାଇବ ବୋଲି ଆଶା କରୁଛି।

କଳାହାଣ୍ଡି ବିଶ୍ବବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଦାନ କଲେ ୟୁଜିସି ଅନିୟମ ୧୯୫୬ ଧାରା ୧୨(ବି)ରେ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ। ଏହି ଆର୍ଥିକ ଅନୁଦାନ ବିଶ୍ଵବିଦ୍ୟାଳୟର ଭିରିଭୂମିକୁ ମଜବୁତ୍ କରିବା ସହ ଜିଲ୍ଲାର ଛାତ୍ରଛାତ୍ରୀଙ୍କୁ ସାମଗ୍ରିକ ବିକାଶ କରିବାରେ ସହାୟକ ହେବ। ବିଶ୍ୱବିଦ୍ୟାଳୟ ମାନ୍ୟତା ନେଇ ମୋତେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଅବଗତ କରାଇଥିଲେ। ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ୟୁଜିସି ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଥିବା ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି।