Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ନୂତନ ଭାରପ୍ରାପ୍ତ ମୁଖ୍ୟ ନିର୍ବାହୀ ଅଧିକାରୀଙ୍କ ଦାୟୀତ୍ୱ ଗ୍ରହଣ

କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ନୂତନ ଭାରପ୍ରାପ୍ତ ମୁଖ୍ୟ ନିର୍ବାହୀ ଅଧିକାରୀଙ୍କ ଦାୟୀତ୍ୱ ଗ୍ରହଣ

49

କେନ୍ଦ୍ରାପଡ଼ା, ୩୧ା୭ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କର ଭାରପ୍ରାପ୍ତ ମୁଖ୍ୟ ନିର୍ବାହୀ ଅଧିକାରୀ ମନୋରଞ୍ଜନ ମହାନ୍ତି ଅବସର ଗ୍ରହଣ କରିଥିବାରୁ ତାଙ୍କ ସ୍ଥାନରେ ରାଜୀବ ଲୋଚନ ପଣ୍ଡାଙ୍କୁ ପରିଚାଳନା ପରିଷଦ ବ୍ୟାଙ୍କର ନୂତନ ଭାରପ୍ରାପ୍ତ ମୁଖ୍ୟ ନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି। ନବ ନିଯୁକ୍ତ ଭାରପ୍ରାପ୍ତ ମୁଖ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପଣ୍ଡା ବିଦାୟୀ ଅଧିକାରୀ ଶ୍ରୀ ମହାନ୍ତିଙ୍କ ଠାରୁ ଦାୟୀତ୍ୱ ଗ୍ରହଣ କରିଛନ୍ତି। ଏହି ଉପଲକ୍ଷେ ବ୍ୟାଙ୍କ ମୁଖ୍ୟାଳୟରେ ଅନୁଷ୍ଠିତ ଏକ ଉତ୍ସବରେ ଶ୍ରୀ ମହାନ୍ତିଙ୍କୁ ବିଦାୟକାଳୀନ ସମ୍ବର୍ନ୍ଧନା ପ୍ରଦାନ କରାଯିବା ସହ ନୂତନ ଭାରପ୍ରାପ୍ତ ମୁଖ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପଣ୍ଡାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବ୍ୟାଙ୍କ ପରିଚାଳନା ପରିଷଦର ନିର୍ଦ୍ଦେଶକ ଅଧିକାରୀ ଲକ୍ଷ୍ମୀ ନାରାୟଣ ଦାସ, ମହେନ୍ଦ୍ର କୁମାର ପରିଡା, ପ୍ରାକ୍ତନ ମୁଖ୍ୟ ନିର୍ବାହୀ ଅଧିକାରୀ ସୁଶିଲ କୁମାର ସାମଲଙ୍କ ସମେତ ବ୍ୟାଙ୍କ ମୁଖ୍ୟ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଶ୍ରୀ ମହାନ୍ତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜଣାଇବା ସହ ନୂତନ ଭାରପ୍ରାପ୍ତ ମୁଖ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପଣ୍ଡାଙ୍କୁ ସ୍ୱାଗତ ସମ୍ବର୍ନ୍ଧନା ଜ୍ଞାପନ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.