Odiapua.com

କେନ୍ଦ୍ରାପଡା ଉତ୍କଳ ସମ୍ମିଳନୀ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ

କେନ୍ଦ୍ରାପଡ଼ା, ୧୬ା୮ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ): ଉତ୍କଳ ସମ୍ମିଳନୀ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ଗରାପୁରସ୍ଥିତ ଭିଆଇପି ରୋଡର ମଙ୍ଗଳା ମଣ୍ଡପ ନିକଟରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଅବସରପ୍ରାପ୍ତ ଯୋଜନା ଅଧିକାରୀ ନିର୍ମଳ ଚନ୍ଦ୍ର ମିଶ୍ର ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଛାତ୍ରଛାତ୍ରୀମାନେ ଜାତୀୟ ସଂଗୀତ ଗାନ କରିଥିଲେ। ସଭାପତି ସୁଦର୍ଶନ ମହାପାତ୍ର ସ୍ୱାଧୀନତା ଦିବସ ପାଳନ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜଗତଜୀବନ ଦାଶ, ରଞ୍ଜୁଲତା ମହାପାତ୍ର, ରାଜେନ୍ଦ୍ର ମହାପାତ୍ର, ଶ୍ରୀଧର ଦାସ, ନିରଞ୍ଜନ ମହାପାତ୍ର, କପାଳେଶ୍ୱର ସରପଞ୍ଚଙ୍କ ପ୍ରତିନିଧି ଲୋହିତ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।