Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା କଲେଜ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ଲକ୍ଷ ୨୫ହଜାର ପ୍ରଦାନ

କେନ୍ଦ୍ରାପଡା କଲେଜ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ଲକ୍ଷ ୨୫ହଜାର ପ୍ରଦାନ

331

କେନ୍ଦ୍ରାପଡା ୭/୪ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) – କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର କୋଭିଡ – ୧୯ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ଲକ୍ଷ ୨୫ହଜାର ୫ଶହ ଟଙ୍କାର ଏକ ଚେକ ପ୍ରଦାନ କରାଯାଇଛି। ମହା ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନେ ମିଳିତ ଭାବରେ ସେମାନଙ୍କର ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି। କଲେଜ ଅଧ୍ୟକ୍ଷ ପ୍ରଫେସର ଡଃ. ରାଜେନ୍ଦ୍ର ପ୍ରସାଦ ତ୍ରିପାଠୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏହି ଚେକ ପ୍ରଦାନ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.