Home ଓଡ଼ିଶା କେନ୍ଦ୍ରାପଡା – ରାଜ୍ୟ ବାହାରୁ ଆସୁଥିବା ବ୍ୟକ୍ତିଙ୍କୁ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରେରଣରେ ଗୁରୁତ୍ୱ

କେନ୍ଦ୍ରାପଡା – ରାଜ୍ୟ ବାହାରୁ ଆସୁଥିବା ବ୍ୟକ୍ତିଙ୍କୁ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରେରଣରେ ଗୁରୁତ୍ୱ

236

କେନ୍ଦ୍ରାପଡା ୧୦/୫(ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) – କରୋନା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତ୍ୟାବଶ୍ୟକ ତ୍ୱରିତ ପଦକ୍ଷେପ ମାନ ଗ୍ରହଣ କରାଯାଇଛି। ରାଜ୍ୟବାହାରୁ ଆସିବାକୁଥିବା ବ୍ୟକ୍ତିମାନଙ୍କୁ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପ୍ରେରଣ ଉପରେ ଜିଲ୍ଲାପାଳ ସମର୍ଥ ବର୍ମା ଗୁରୁତ୍ୱାରୋପ କରିଛନ୍ତି। ଆଜି ସୁଦ୍ଧା ଜିଲ୍ଲାର ସମସ୍ତ ୨୪୯ଟି ପଂଚାୟତରେ ୧୦୯୯ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଇ ୪୬ହଜାର ୫୩୮ ଟି ଶଯ୍ୟା ପ୍ରସ୍ତୁତ କରାଯାଇଥିବା ବେଳେ କେନ୍ଦ୍ରାପଡା ଓ ପଟ୍ଟାମୁଣ୍ଡାଇ ପୈାରସଂସ୍ଥା ପକ୍ଷରୁ ୩୦ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଇ ୧୭୨୦ଟି ଶଯ୍ୟା ପ୍ରସ୍ତୁତ କରାଯାଇଛି। ଆଜି ସୁଦ୍ଧା ୧୮୪୨ଜଣ ରାଜ୍ୟ ବାହାରୁ ଆସିଛନ୍ତି। ଆଜି ଆସିଥିବା ୨୧୬ଜଣଙ୍କ ମଧ୍ୟରୁ କେନ୍ଦ୍ରାପଡା ବ୍ଲକର ୩୫ଜଣ, ପଟ୍ଟାମୁଣ୍ଡାଇ ବ୍ଲକର ୫୩, ମହାକାଳପଡା ବ୍ଲକର ୧୬, ମାର୍ଶାଘାଇ ବ୍ଲକର ୦, ରାଜନଗର ବ୍ଲକର୨୮, ରାଜକନିକା ବ୍ଲକର ୧, ଆଳି ବ୍ଲକର୨୮, ଡେରାବିଶି ବ୍ଲକର ୧୫ ଓ ଗରଦପୁର ବ୍ଲକର ୩୮ ଜଣ ଅଛନ୍ତି। ତାଲାବନ୍ଦ ଆଇନ ଉଲ୍ଲଙ୍ଘନ କରିଥିବାରୁ ୧୫୯ଜଣ ଅଭିଯୁକ୍ତଙ୍କ ନାମରେ ୮୯ଟି ମାମଲା ରୁଜୁ କରାଯାଇ ୬୯ଟି ବାଇକ, ୧୦ଟି ଚାରି ଚକିଆ ଓ ୨ଟି ଅଟୋରିକ୍ସା ଜବତ କରାଯାଇ ୩ଲକ୍ଷ ୩୦ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। କେନ୍ଦ୍ରାପଡା ଓ ପଟ୍ଟାମୁଣ୍ଡାଇ ପୈାରାଚଂଳର ୬୯୬ଜଣ ପଞ୍ଜିକୃତ ରାସ୍ତାକଡ ଉଠାଦୋକାନୀଙ୍କୁ ୩ହଜାର ଟଙ୍କା ଲେଖାଁଏ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ସେହିପରି ଜିଲ୍ଲାର ୭୫ହଜାର ୨୮୧ଜଣ ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କୁ ପ୍ରତ୍ୟେକ ଏକହଜାର ୫ଶହ ଟଙ୍କା ଲେଖାଁଏ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଗୁରୁବାର ଠାରୁ ସମସ୍ତ ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ଗୁଡିକ ସକାଳ ୭ଟା ଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବା ଏବଂ ଔଷଧ ଦୋକାନ ଓ ପେଟ୍ରୋଲ ପମ୍ପ ଗୁଡିକ ଦିନରାତି ଖୋଲାରହିବ। ମାର୍କେଟ କମ୍ପେ୍ଲକ୍ସ ଓ ସପିଂ ମଲ ବାହାରେ ଥିବା ସେଲୁନ ଓ ପାର୍ଲର ଗୁଡିକ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବ। ସମସ୍ତ ବ୍ୟବସାୟ ପ୍ରତିଷ୍ଠାନର କର୍ମକର୍ତ୍ତାମାନେ ସାମାଜିକ ଦ୍ୱରତା ରକ୍ଷା କରି ବ୍ୟବସାୟ କରିବାକୁ ନିର୍ଦେଶ ଦିଆଯାଇଛି। ମଦ ଦୋକାନ ଗୁଡିକ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ବନ୍ଦ ରହିବ। ଜିଲ୍ଲାପାଳ ଶ୍ରୀ ବର୍ମା କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କ ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦ୍ୱରତ୍ୱ ବଜାୟ ରଖିବାକୁ ଓ ମାସ୍କ ବ୍ୟବହାର କରିବାକୁ ଅନୁରୋଧ କରିଛନ୍ତି। ଜନସାଧାରଣଙ୍କ ସୁବିଧା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇଗ୍ରେସନ ସହାୟତା କେନ୍ଦ୍ର ଯୋଗାଯୋଗ ଫୋନ ନମ୍ବର – ୮୭୬୩୩୪୯୪୩୮ ଉପଲବ୍ଧ କରାଯାଇଛି।

 

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.