Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା

କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା

40

କେନ୍ଦ୍ରାପଡା, ୨୯ା୬ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟରେ ଓଡିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ଅବସର ଗ୍ରହଣ କରିଥିବା ପ୍ରାଧ୍ୟାପକ ଅଜୟ କୁମାର ଦାସ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ଆଜି ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏହି ସମ୍ବର୍ଦ୍ଧନା ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ମଧୁସୂଦନ କାମିଲା ସଭାପତିତ୍ୱ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ +୨ ସାନ୍ଧ୍ୟ ହାୟର ସେକେଣ୍ଡାରୀ ସ୍କୁଲର ଅଧ୍ୟକ୍ଷ ଗଙ୍ଗାଧର ସାହୁ, ଅଧ୍ୟାପକ ଶିଶିରକାନ୍ତ ମହାପାତ୍ର, ଡଃ. ମନୋରଞ୍ଜନ ରାଉତ, ଅଧ୍ୟାପିକା ରୁକ୍ମଣୀ ସାହୁ ଓ କଲେଜର ପୂର୍ବତନ କର୍ମଚାରୀ ତଥା ବ୍ୟଙ୍ଗକବି ଶ୍ରୀଧର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଅଧ୍ୟାପକ ଗିରଜାକାନ୍ତ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.