Home କେନ୍ଦ୍ରାପଡ଼ା କେନ୍ଦ୍ରାପଡ଼ା ଜିଲ୍ଲାକୁ ମୋଟ ୩୮ହଜାର ୩୬୬ ପ୍ରବାସୀ ଆସିଲେ

କେନ୍ଦ୍ରାପଡ଼ା ଜିଲ୍ଲାକୁ ମୋଟ ୩୮ହଜାର ୩୬୬ ପ୍ରବାସୀ ଆସିଲେ

130

କେନ୍ଦ୍ରାପଡା ୨୬/୬ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) – ମହାମାରୀ କରୋନାର ପ୍ରତିରୋଧ ତଥା ଜାତୀୟ ବିପତିକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ଜାରି ରହିଛି। ବାହାର ରାଜ୍ୟମାନଙ୍କରୁ ଆସୁଥିବା ପ୍ରବାସୀମାନଙ୍କୁ କରୋନା ପ୍ରତିରୋଧ ପାଇଁ ପ୍ରଶାସନିକ ତତ୍ୱାବଧାନରେ ବିଭିନ୍ନ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରେରଣ କରାଯାଉଛି। ଆଜି ସୁଦ୍ଧା ରାଜ୍ୟ ବାହାରୁ ଆସିଥିବା ୩୮ହଜାର ୩୬୬ ଜଣ ପ୍ରବାସୀ ଆସିଛନ୍ତି। ଆଜି ଆସିଥିବା ୫୪୭ଜଣଙ୍କୁ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରକୁ ପଠାଯାଇଛି। ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡା ବ୍ଲକର ୦ଜଣ, ପଟ୍ଟାମୁଣ୍ଡାଇ ବ୍ଲକର ୨୦୩, ମହାକାଳପଡା ବ୍ଲକର ୮୧, କେନ୍ଦ୍ରାପଡା ପୈାରାଚଂଳ ୧୮, ମାର୍ଶାଘାଇ ବ୍ଲକର ୧୯, ରାଜନଗର ବ୍ଲକର ୧୨୬, ରାଜକନିକା ବ୍ଲକର ୯୦, ଆଳି ବ୍ଲକର ୫, ଡେରାବିଶି ବ୍ଲକର ୨୩ ଓ ଗରଦପୁର ବ୍ଲକର ୦ ଜଣ ଅଛନ୍ତି। ରାଜ୍ୟ ସରକାର ଚଳିତ ଜୁନମାସର ସମସ୍ତ ଶନିବାର ଓ ରବିବାରକୁ ସଟଡାଉନ ଘୋଷଣା କରିଥିବାରୁ ଅନ୍ୟାଦେଶ ପର୍ଯ୍ୟନ୍ତ ପ୍ରତ୍ୟେକ ଶନିବାର ଓ ରବିବାର ବ୍ୟତିତ ସମସ୍ତ ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ଗୁଡିକ ସକାଳ ୭ଟା ଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବା ଏବଂ ଔଷଧ ଦୋକାନ ଓ ପେଟ୍ରୋଲ ପମ୍ପ ଗୁଡିକ ଦିନରାତି ଖୋଲାରହିବ। ମାର୍କେଟ କମ୍ପେ୍ଲକ୍ସ ଓ ସପିଂ ମଲ ବାହାରେ ଥିବା ସେଲୁନ ଓ ପାର୍ଲର ଗୁଡିକ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବ। ରାଜ୍ୟ ସରକାର ପ୍ରତ୍ୟେକ ଶନିବାର ଓ ରବିବାରକୁ ସଟଡାଉନ ଘୋଷଣା କରିଥିବାରୁ ସେହିଦିନମାନଙ୍କରେ ସମସ୍ତ ଦୋକାନ ବଜାର ବନ୍ଦ ରହିବ। ସମସ୍ତ ବ୍ୟବସାୟ ପ୍ରତିଷ୍ଠାନର କର୍ମକର୍ତ୍ତାମାନେ ସାମାଜିକ ଦ୍ୱରତା ରକ୍ଷା କରି ବ୍ୟବସାୟ କରିବାକୁ ନିର୍ଦେଶ ଦିଆଯାଇଛି। ଜିଲ୍ଲାପାଳ ଶ୍ରୀ ବର୍ମା କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କ ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦ୍ୱରତ୍ୱ ବଜାୟ ରଖି ମାସ୍କ ବ୍ୟବହାର କରିବାକୁ ନିବେଦନ କରିଛନ୍ତି। ଜନସାଧାରଣଙ୍କ ସୁବିଧା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇଗ୍ରେସନ ସହାୟତା କେନ୍ଦ୍ର ଯୋଗାଯୋଗ ଫୋନ ନମ୍ବର – ୮୭୬୩୩୪୯୪୩୮ ଉପଲବ୍ଧ କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.