Home ଓଡ଼ିଶା କେନ୍ଦ୍ରୀୟ ଯୋଜନା ହଡପ ନେଇ ଆସନ୍ତାକାଲି ରାଜ୍ୟର ସମସ୍ତ ବ୍ଲକ ଓ ପୌରାଚଂଳ ଘେରାଓ କରିବ...

କେନ୍ଦ୍ରୀୟ ଯୋଜନା ହଡପ ନେଇ ଆସନ୍ତାକାଲି ରାଜ୍ୟର ସମସ୍ତ ବ୍ଲକ ଓ ପୌରାଚଂଳ ଘେରାଓ କରିବ ବିଜେପି

447

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ନାଁ କାଟି ‘ମୋ ଆବାସ’ କହି ମୁଖ୍ୟମନ୍ତ୍ରୀ ଘର ବାଂଟିବା ପ୍ରସଙ୍ଗ

– କେନ୍ଦ୍ରୀୟ ଯୋଜନାକୁ ହଡପ କରିବା ନେଇ ସାଧାରଣ ଲୋକଙ୍କୁ ସଚେତନ କରିବ ବିଜେପି
– ମହାମହିମ ରାଜ୍ୟପାଳଙ୍କୁ ଦାବି ପତ୍ର ଦେବ ବିଜେପି

ଭୁବନେଶ୍ୱର, ତା.୨୬/୦୯ (ଓଡ଼ିଆ ପୁଅ) : ରାଜ୍ୟ ସରକାର କ୍ରମାଗତ ଭାବରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାକୁ ନିଜ ନାଁରେ କରି ରାଜ୍ୟବାସୀଙ୍କୁ ଭୁଆଁ ବୁଲାଇ ଚାଲିଛନ୍ତି। ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେଉଥିବା ପକ୍କାଘର ସବୁକୁ ରାଜ୍ୟସରକାର ‘ବିଜୁ ପକ୍କା ଘର’ ଯୋଜନାରେ ହେଉଛି ବୋଲି କହି ରାଜ୍ୟବାସୀଙ୍କୁ ଭ୍ରମିତ କରୁଛନ୍ତି। ମୋଦୀ ସରକାର ଦେଶରେ ବିଭିନ୍ନ ପ୍ରକାରର ଜନହିତକର ଯୋଜନା ଲାଗୁ କରୁଥିବା ବେଳେ ମୁଖ୍ୟମନ୍ତ୍ରୀ ଏଠି କେବଳ କେନ୍ଦ୍ରୀୟ ଯୋଜନାକୁ ହଡପ କରି ନାଁ ବଦଲାଇ ବାହା ବାହା ନେବାକୁ ବସିଛନ୍ତି। ଏହା ସଂଘୀୟ ବ୍ୟବସ୍ଥାକୁ ବିରୋଧ କରୁଥିବାରୁ ଏହା ବିରୁଦ୍ଧରେ ରାଜ୍ୟ ବିଜେପି ଆସନ୍ତାକାଲି ୨୭ ତାରିଖ ଦିନ ରାଜ୍ୟର ସମସ୍ତ ୩୧୪ ବ୍ଲକ ଏବଂପୌରାଚଂଳ ଘେରାଓ କରିବା ସହ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ଦିଆଯିବ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

୨୦୧୧ ଜନଗଣନା ଅନୁଯାୟୀ SECC ଲିଷ୍ଟ ଅନୁଯାୟୀ ସ୍ଥାନୀୟ ପଂଚାୟତ ଅଧିକାରୀ ଗରୀବ ହିତାଧିକାରୀ ସୂଚୀ ତଦାରଖ କରିବା କଥା। କିନ୍ତୁ ଏହି ସୂଚୀକୁ ଦଳୀୟ ଆଧାରରେ ତିଆରି କରି ପ୍ରକୃତ ହିତାଧିକାରୀଙ୍କୁ ବଂଚିତ କରାଯାଉଛି। ଗୋଟିଏ ପରିବାରରେ ୨ରୁ ୩ ଜଣଙ୍କ ନାଁରେ ପକ୍କା ଘର ଦିଆଯାଉଛି। କାର୍ଯ୍ୟାଦେଶ ପାଇବା ପାଇଁ ବ୍ୟାପକ ଅର୍ଥ କାରବାର ହେବା ନଜରକୁ ଆସିଛି। ସେହିପରି ଏହି କାର୍ଯ୍ୟାଦେଶରେ ପ୍ରଧାନମନ୍ତ୍ରୀ ଆବାସ ବୋଲି ଉଲ୍ଲେଖ ହେବା ଆବଶ୍ୟକ। କାର୍ଯ୍ୟାଦେଶକୁ ପଂଚାୟତ/ବ୍ଲକରେ ଦିଆନଯାଇ ବିଧାୟକଙ୍କ ସମୟ ସୁବିଧା ଅନୁସାରେ ବଂଟାଯିବା ପାଇଁ ସ୍ଥଗିତ ରଖାଯାଉଛି। ଏହା ଫଳରେ ସମୟାନୁଯାୟୀ ଲକ୍ଷ୍ୟ ପୂରଣ ହୋଇପାରୁନାହିଁ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ନାଁ କାଟି ‘ମୋ ଆବାସ’ କହି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଭୂଆଁ ବୁଲାଉଛନ୍ତି ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.