Odiapua.com

କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ମାଁ ଲକ୍ଷ୍ମୀଙ୍କର ସୂକ୍ଷ୍ମ କାରୁକାର୍ଯ୍ୟ ପୂର୍ଣ୍ଣ ମୂର୍ତି ପ୍ରଦାନ କଲେ ସାଂସଦ ରଘୁନାଥ ମହାପାତ୍ର

ସାମାଜିକ ଗଣମାଧ୍ୟମରେ ଖୁସିବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, ଅଗଷ୍ଟ ୧ (ଓଡ଼ିଆ ପୁଅ) – ପ୍ରତିଷ୍ଠିତ ଓଡିଆ ସ୍ଥପତି ତଥା ରାଜ୍ୟସଭା ସାଂସଦ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ଗୁରୁବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ମାଁ ଲକ୍ଷ୍ମୀଙ୍କର ସୂକ୍ଷ୍ମ କାରୁକାର୍ଯ୍ୟ ପୂର୍ଣ୍ଣ ମୂର୍ତି ଉପହାର ସ୍ୱରୂପ ପ୍ରଦାନ କରିଛନ୍ତି।

ଓଡିଶାର ଅନ୍ୟାନ୍ୟ ସାଂସଦ ମାନଙ୍କ ସହ ଏହି ମୂର୍ତି ପ୍ରଦାନ ସମୟରେ ଉପସ୍ଥିତ ରହି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅତ୍ୟନ୍ତ ଖୁସିବ୍ୟକ୍ତ କରିଥିବା ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି।