Home ଓଡ଼ିଶା କୋଇଲା ଗ୍ୟାସିଫିକେସନ ଏବଂ ୟୁରିଆ ଉତ୍ପାଦନ ପ୍ରକଳ୍ପର ଅଗ୍ରଗତି ନେଇ ତିନି କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା...

କୋଇଲା ଗ୍ୟାସିଫିକେସନ ଏବଂ ୟୁରିଆ ଉତ୍ପାଦନ ପ୍ରକଳ୍ପର ଅଗ୍ରଗତି ନେଇ ତିନି କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା – ଧର୍ମେନ୍ଦ୍ର ପ୍ରଧାନ

110

– ଭାରତକୁ ୟୁରିଆ ଉତ୍ପାଦନରେ ଆତ୍ମନିର୍ଭର କରିବ ତାଳଚେର ସାର କାରଖାନା

ତାଳଚେର ସାର କାରଖାନା ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର, ଅଗଷ୍ଟ ୨୬ (ଓଡ଼ିଆ ପୁଅ) – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ତାଳଚେର ସାର କାରଖାନା ଦ୍ୱାରା କାର୍ଯ୍ୟକାରୀ ହେଉଥିବା କୋଇଲା ଗ୍ୟାସିଫିକେସନ ଏବଂ ୟୁରିଆ ଉତ୍ପାଦନ ପ୍ରକଳ୍ପର ଅଗ୍ରଗତି ନେଇ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଡି-ଭି ସଦାନନ୍ଦ ଗୌଡ ଏବଂ କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖଲାଲ ମାଣ୍ଡଭିୟଙ୍କ ସମୀକ୍ଷା କରିଛନ୍ତି।

ଏହି ଅବସରରେ ଶ୍ରୀ ପ୍ରଧାନ ତାଳଚେର ସାର ସାରଖାନା ପାଇଁ ଥିବା ଚ୍ୟାଲେଞ୍ଜ ଓ ଏହି ପ୍ରକଳ୍ପକୁ ଦ୍ରୁତ ଗତିରେ କାର୍ଯ୍ୟକ୍ଷମ କରିବା ନେଇ ଉପସ୍ଥିତ ତିନି ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ତାଳଚେର ସାର କାରଖାନା କାର୍ଯ୍ୟକ୍ଷମ ହେବା ପରେ ଏହା ଭାରତକୁ ୟୁରିଆ ଉତ୍ପାଦନରେ ଆତ୍ମନିର୍ଭର କରିବାରେ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.