Home Coronavirus Outbreak କୋଭିଡରୁ ସୁସ୍ଥ ୮୧ ବର୍ଷୀୟ ଗୋପୀନାଥଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

କୋଭିଡରୁ ସୁସ୍ଥ ୮୧ ବର୍ଷୀୟ ଗୋପୀନାଥଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

43

ଭୁବନେଶ୍ୱର ୧୪-୭ (ଓଡ଼ିଆ ପୁଅ) କୋଭିଡରୁ ସୁସ୍ଥ ହୋଇ ଘରକୁ ଫେରିଥିବା କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳର ଗୋପୀନାଥ ଡାକୁଆଙ୍କ ସହ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଟେଲିଫୋନ ଯୋଗେ କଥା ହୋଇ ତାଙ୍କର ଭଲମନ୍ଦ ପଚାରି ବୁଝିଥିଲେ। ପରିଣତ ବୟସରେ ସେ ଯେପରି ଦୃଢ ମନୋବଳ ଓ ଗଭୀର ଆତ୍ମବିଶ୍ବାସର ସହ କୋଭିଡର ମୁକାବିଲା କରି ସୁସ୍ଥ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଶଂସା କରିଥିଲେ।

କୋଭିଡ ସହ ତାଙ୍କ ସଫଳ ଲଢେଇର ଅନୁଭୂତି ଅନ୍ୟମାନଙ୍କୁ ସାହସ ଦେବ। ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଏବଂ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରିଥିଲେ।

କୋଭିଡ ଚିକିତ୍ସାଳୟରେ ତାଙ୍କୁ ଉପଯୁକ୍ତ ଚିକିତ୍ସା ଦିଆଯିବା ସହ ଉଚିତ ସେବା ଯତ୍ନ ଯୋଗାଇ ଦିଆଯାଇଥିବାରୁ ଶ୍ରୀ ଡାକୁଆ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.