Home Top News କୋଭିଡ୍ ନିୟମ ଅନୁପାଳନପୂର୍ବକ ହେବ ଓଡ଼ିଶା ଲୋକସେବା ଆୟୋଗ ପରୀକ୍ଷା

କୋଭିଡ୍ ନିୟମ ଅନୁପାଳନପୂର୍ବକ ହେବ ଓଡ଼ିଶା ଲୋକସେବା ଆୟୋଗ ପରୀକ୍ଷା

54

ଭୁବନେଶ୍ୱର ୧୫/୦୧ (ଓଡ଼ିଆ ପୁଅ) ଚଳିତ ମାସରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ସିଭିଲ୍ ସର୍ଭିସ୍‌ ପରୀକ୍ଷା ଏବଂ ଆସିଷ୍ଟାଣ୍ଟ ସର୍ଜନ ପରୀକ୍ଷା ଦେବାକୁ ଥିବା ପରୀକ୍ଷାର୍ଥୀମାନଙ୍କ ନିମନ୍ତେ କୋଭିଡ୍ ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି। ଏହି ମର୍ମରେ ଓଡ଼ିଶା ଲୋକସେବା ଆୟୋଗର ସଚିବଙ୍କ ପ୍ରଦତ୍ତ ସୂଚନା ଜାରି କରାଯାଇଛି। ଚଳିତ ମାସ ୨୦ ତାରିଖରୁ ସିଭିଲ୍ ସର୍ଭିସ୍‌ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ୨୩ ତାରିଖ ଦିନ ଆସିଷ୍ଟାଣ୍ଟ ସର୍ଜନ ପଦବୀ ନିମନ୍ତେ ପରୀକ୍ଷା ଅନୁଷ୍ଠିତ ହେଉଛି।

କୋଭିକୁ ଦୃଷ୍ଟିରେ ରଖ୍ ସବୁ ପରୀକ୍ଷାର୍ଥୀଙ୍କୁ ଏନ୍‌-୯୫ ମାସ୍କ ପିନ୍ଧିବାକୁ କୁହାଯାଇଛି। ମାସ୍କ ପିନ୍ଧି ନଥିବା ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବାକୁ ଅନୁମତି ଦିଆଯିବ ନାହିଁ। କେବଳ ପରୀକ୍ଷା ପରିଚାଳନାସଂପୃକ୍ତ ଅଧୁକାରୀମାନେ ତଦାରଖ କରିବା ସମୟରେ ପରୀକ୍ଷାର୍ଥୀମାନେ ମାସ୍କ ଖୋଲିବେ। ଗୋଟିଏ ସ୍ଵଚ୍ଛ ବୋତଲରେ ପରୀକ୍ଷାର୍ଥୀମାନେ ନିଜ ନିଜର ସାନିଟାଇଜର ନେଇପାରିବେ। ଅବଶ୍ୟ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ହାତରେ ସାନିଟାଇଜେସନ୍ ବ୍ୟବହାର କରିବା ପାଇଁ ବ୍ୟବସ୍ଥା କରାଯାଇଛି। ପରୀକ୍ଷା କେନ୍ଦ୍ରରେ ଓ ପରିସର ମଧ୍ୟରେ ପରୀକ୍ଷାର୍ଥୀମାନେ କୋଭିଡ଼ ନିୟମ ଅନୁପାଳନପୂର୍ବକ ସାମାଜିକ ଦୂରତ୍ୱ ରକ୍ଷା କରିବା ଓ ବ୍ୟକ୍ତିଗତ ସ୍ଵାସ୍ଥ୍ୟରକ୍ଷା ନିୟମ ପାଳନ କରିବାକୁ କୁହାଯାଇଛି। ସାମାଜିକ ଦୂରତ୍ବର ନିୟମାନୁସାରେ ପରୀକ୍ଷା କେନ୍ଦ୍ରରେ ବସିବା ବ୍ୟବସ୍ଥା କରାଯାଉଛି। ଯଦି କୌଣସି ସମୟରେ ପରୀକ୍ଷାର୍ଥୀଙ୍କର କୋଭିଡ୍ ଲକ୍ଷଣ ପ୍ରକାଶ ପାଏ, ସେ ତୁରନ୍ତ କେନ୍ଦ୍ରରେ ରହିଥିବା ପରୀକ୍ଷା ପରିଚାଳକ(ଇଭିଲେଜଟର)ଙ୍କୁ ଜଣାଇବେ। ଏହି ପରୀକ୍ଷାର୍ଥୀଙ୍କ ନିମନ୍ତେ ପୃଥକବାସସଂପୃକ୍ତ ପରୀକ୍ଷା ପ୍ରକୋଷ୍ଠର ବ୍ୟବସ୍ଥା କରାଯାଇଛି।

ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଜାରି କରାଯାଇଥିବା ଏହି ସୂଚନାରେ ଉପରୋକ୍ତ ଉଭୟ ପରୀକ୍ଷା ଦେବା ପାଇଁ ଯାଉଥିବା ପରୀକ୍ଷାର୍ଥୀମାନେ କୋଭିଡ ନିୟବାବଳୀର କଠୋର ଅନୁପାଳନ ନିମନ୍ତେ ପରାମର୍ଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.