Home ଜିଲ୍ଲା ପରିକ୍ରମା କୋଭିଡ କଟକଣା ମଧ୍ୟରେ ସ୍ୱାଧୀନତା ଦିବସ ପାଳନ ନିଷ୍ପତି

କୋଭିଡ କଟକଣା ମଧ୍ୟରେ ସ୍ୱାଧୀନତା ଦିବସ ପାଳନ ନିଷ୍ପତି

134

ବାଲେଶ୍ୱର, ୧୩ା୮ (ଓଡ଼ିଆ ପୁଅ/ଅଭୟ ଦାସ): ଚଳିତ ବର୍ଷ କଡା କଟକଣା ମଧ୍ୟରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପାଇଁ ବାଲେଶ୍ୱର ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତି ନିଆଯାଇଛି। ରୋଜ୍ୟ ସରକାରଙ୍କ ସ୍ୱରାଷ୍ଟ୍ର ବିଭାଗ ତରଫରୁ ଜାରି ମାର୍ଗଦର୍ଶିକା ଅନୁଯାୟୀ ଏଥରର ସ୍ୱାଧୀନତା ଦିବସ ପାଳନ କରାଯିବ ବୋଲି ଆୟୋଜିତ ଏକ ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସୂଚନା ଦେଇଛନ୍ତି। ପୂର୍ବବର୍ଷ ଭଳି ପ୍ରତ୍ୟୁଷରେ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ତରଫରୁ ରାମଧୁନ ପରିବେଷଣ, ସକାଳ ଘ୭-୩୦ ମିନିଟ ସୁଦ୍ଧା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନମାନଙ୍କରେ କୋଭିଡ ନିୟମ ଭିତ୍ତିରେ ଜାତୀୟ ପତାକା ଉତ୍ତୋଳନ ଓ ସ୍ଥାନୀୟ ପୋଲିସ ପଡିଆଠାରେ ବିନା ଦର୍ଶକରେ ଅତିଥିଙ୍କ ଦ୍ୱାରା ଜାତୀୟ ପତାକା ଉତୋଳନ ପୂର୍ବକ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ହେବ ବୋଲି ଏହି ବୈଠକରେ ନିଷ୍ପତି ନିଆଯାଇଛି। କରୋନା ପାଇଁ ଚଳିତ ବର୍ଷ ଆନୁଷ୍ଠାନିକ ପରେଡ/ମାର୍ଚ୍ଚପାଷ୍ଟ ହେବ ନାହିଁ। କେବଳ ପୋଲିସ ବାହିନୀ ଜାତୀୟ ପତାକାକୁ ସମ୍ମାନ ଜଣାଇ ସଲାମୀ ଦେବେ। ସ୍କୁଲ, କଲେଜ ଛାତ୍ରଛାତ୍ରୀ ଏଥିରେ ଭାଗ ନେବେ ନାହିଁ। ସ୍ୱରାଷ୍ଟ୍ର ବିଭାଗର ମାର୍ଗଦର୍ଶିକା ଅନୁଯାୟୀ କୋଭିଡ ଯୋଦ୍ଧାଙ୍କ ସମେତ ସୀମିତ ସଂଖ୍ୟକ ଅତିଥିଙ୍କୁ ନିମନ୍ତ୍ରଣ କରାଯିବ। କୋଭିଡ କଟକଣା ଅନୁଯାୟୀ ପଡିଆ ମଧ୍ୟରେ ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ମାସ୍କ ପିନ୍ଧିବା ବାଧ୍ୟତା ମୂଳକ କରାଯାଇଛି। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ନାୟକ, ପିଡି ଡିଆରଡିଏ ରାମଚନ୍ଦ୍ର ଜେନା, ବାଲେଶ୍ୱର ଉପ-ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଏସ-ପି ଗୋବିନ୍ଦ ସେଠୀ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୀପକ ସାହୁଙ୍କ ସମେତ ଜିଲ୍ଲାସ୍ତରୀୟ ସମସ୍ତ ବରିଷ୍ଠ ଅଧିକାରୀ ଯୋଗ ଦେଇ ଏହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.