Home କେନ୍ଦ୍ରାପଡ଼ା କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନୀରବ ପ୍ରାର୍ଥନା ଓ ଶପଥପାଠ

କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନୀରବ ପ୍ରାର୍ଥନା ଓ ଶପଥପାଠ

50

କେନ୍ଦ୍ରାପଡା ୬/୮(ଓଡଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ)- କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ପକ୍ଷରୁ କୋଭିଡ ଯୋଦ୍ଧାମାନଙ୍କୁ ସମ୍ମାନ ପ୍ରଦର୍ଶନ ଓ କରୋନା ଲଢେଇରେ ସେମାନଙ୍କ ମନୋବଳ ବୃଦ୍ଧି କରିବା ଉଦେଶ୍ୟରେ ବୁଧବାର ସନ୍ଧ୍ୟା ୬ଟା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ନୀରବ ପ୍ରାର୍ଥନା ଓ ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୁଲ୍ୟରେ ଆୟୋଜିତ ଏହି ନୀରବ ପ୍ରାର୍ଥନା ଓ ଶପଥ ପାଠ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ବସନ୍ତ କୁମାର ରାଉତ ଜିଲ୍ଲା କାର୍ଯ୍ୟାଳୟର ବିଭିନ୍ନ ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ। ସର୍ବ ପ୍ରଥମେ କରୋନା ଲଢେଇରେ ପ୍ରାଣବଳି ଦେଇଥିବା ଯୋଦ୍ଧାମାନଙ୍କ ଉଦେଶ୍ୟରେ ଏକ ମିନିଟ ନୀରବ ପ୍ରାର୍ଥନା କରାଯିବା ପରେ ଶପଥ ପାଠ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡା ଅଧିକାରୀ ଲୋକନାଥ ପାଣିଗ୍ରାହୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ ଚନ୍ଦ୍ର ଦାସ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଚିନ୍ମୟୀ ରଥ, ଜିଲ୍ଲା ମଙ୍ଗଳ ଅଧିକାରୀ ମମତା ପରିଡା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର କର୍ମଚାରୀ ଅଲେଖ ଚନ୍ଦ୍ର ଦାଶ ଓ ଦିବାକର ମହାନ୍ତିଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.