Home କୋରାପୁଟ କୋରାପୁଟର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୭୫ ତମ ସ୍ୱାଧୀନତା ଦିବସ ପାଳିତ

କୋରାପୁଟର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୭୫ ତମ ସ୍ୱାଧୀନତା ଦିବସ ପାଳିତ

96

କୋରାପୁଟ ୧୫-୦୮(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ସହରର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୭୫ ତମ ସ୍ୱଧୀନତା ଦିବସ ପାଳିତ ହୋଇଯାଇଛି ।କୋରାପୁଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳ ଅବଦ୍ଦାଲ ଏମ ଅଖତର ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତୋଳନ କରିଥିଲେ ।କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ଦେବେନ କୁମାର ପ୍ରଧାନ ଉପସ୍ଥିତ ଥିଲୋ କୋରାପୁଟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପଜିଲ୍ଲାପାଳ ଲଲିତ କୁମାର କହଁର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତୋଳନ କରିଥିଲେ ।କୋରାପୁଟ ମ୍ୟୁନସିପାଲଟୋ କାର୍ଯ୍ୟାଳୟ ପରିସରରେ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି ।କୋରାପୁଟ ମ୍ୟୁନସିପାଲଟି ନିର୍ବାହୀ ଅଧିକାରୀ ଆଲୋକ ରଂଜନ ସାମାନ୍ତରାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତୋଳନ କରିଥିଲେ ।କୋରାପୁଟ ପ୍ରେସକ୍ଲବଠାରେ ସଭାପତି ଭବାନୀ ଶଙ୍କର ମିଶ୍ର ଜାତୀୟ ପତାକା ଉତୋଳନ କରିଥିଲେ ।କୋରାପୁଟ ବିଜୁ ଜନତା ଦଳ ତରଫରୁ ବିଜୁ ପଟନାୟକ ପାଠାଗାରରେ ୭୫ ତମ ସ୍ୱାଧୀନତା ଦିବସ ପାଳିତ  ହୋଇଯାଇଛି ।ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ତଥା  ଜିଲ୍ଲା ବିଜେଡି ସଭାପତି ଇଶ୍ୱର ଚନ୍ଦ୍ର ପାଣିଗ୍ରାହୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତୋଳନ କରିଥିଲେ ।କୋରାପୁଟ ବିଧାୟକ ରଘୁରାମ ପଡାଲ ,ଜିଲ୍ଲାପରିଷଦ ସଭାପତି ତୁଲସି କିରସାନି,ଜିଲ୍ଲା ପରିଷଦ ସଦସ୍ୟା ପାର୍ବତୀ ମସ୍ତି ,ଜିଲ୍ଲା ବିଜେଡି ଉପସଭାପତି ଉତ୍କଳ ରଂଜନ ନାୟକ ,ନଗର ବିଜେଡି ସଭାପତି ସୁରେଶ ପଟନାୟକ. ଇିଦ୍ୟାଧର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।କୋରାପୁଟ ମ୍ୟୁନସିପାଲଟି ଅନ୍ତର୍ଗତ ଓାର୍ଡ ନମ୍ବର ୨ ବିଜେଡି ଜୋନ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି ।ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ଇଶ୍ୱର ଚନ୍ଦ୍ର ପାଣିଗ୍ରାହୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତୋଳନ କରିଥିଲେ ।ଜୋନ ସଭାପତି ଜୟନ୍ତ କୁମାର ମିଶ୍ର , ମୋତିରଂଜନ ବେହେରା , ଲିଙ୍ଗରାଜ ବେହେରା ପ୍ରମୁଖଙ୍କ ସହ ଅନ୍ୟାନ୍ୟ ବିଜେଡି ନେତା ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.