କୋରାପୁଟ ୦୮-୦୭(ଓଡିଆ ପୁଅ /ରଂଜନ ଦାସ) ଗୁରୁବାର କୋରାପୁଟ ଜିଲ୍ଲାରେ ୧୨ଜଣ ମହିଳାଙ୍କ ସମେତ ୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୪୯୭ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୭,ଜୟପୁର ପୌରାଂଚଳରୁ ୭ ଓ ସୁନାବେଡା ପୌରାଂଚଳରୁ ୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ବନ୍ଧୁଗାଁ ବ୍ଲକରୁ ୨,ଦଶମନ୍ତପୁର ବ୍ଲକରୁ ୨,ଜୟପୁର ବ୍ଲକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୨,ଲମତାପୁଟ ବ୍ଲକରୁ ୧,ନନ୍ଦପୁର ବ୍ଲକରୁ ୪,ନାରାୟଣପାଟଣା ବ୍ଲକରୁ ୪ଓ ସେମିଲିଗୁଡା ବ୍ଲକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । କୋଟପାଡ ଏନଏସି ସମେତ ବୈପାରିଗୁଡା,ବୋରିଗୁମ୍ମା,କୋରାପୁଟ,କୁନ୍ଦୁରା,ଲକ୍ଷ୍ମୀପୁର ଓ ପଟ୍ଟାଙ୍ଗୀ ବ୍ଲକରୁ ଆଜି ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁଲାଇ ୮ ତାରିଖ ସୁଦ୍ଧା ୪ ଲକ୍ଷ ୧୬ ହଜାର ୧୧୬ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଆଜି ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୭୮୧୭ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୬୮୯ ଟି ସକ୍ରୀୟ କେସ ରହିଛି । ଜିଲ୍ଲାରେ ଗୁରୁବାର ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୬୭ରେ ପହଂଚିଛି ।