କୋରାପୁଟ ୨୨-୦୫ (ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ଶନିବାର ଦିନ ୯୫ଜଣ ମହିଳାଙ୍କ ସମେତ ୨୫୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୩୬ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୨୭ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ସର୍ବାଧିକ ୪୮ , ସୁନାବେଡା ପୌରାଂଚଳରୁ ୨୦ ଏବଂ କୋଟପାଡ ଏନଏସିରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୩, ବୈପାରିଗୁଡା ବ୍ଲକରୁ ୧୧,ବୋରିଗୁମ୍ମା ବ୍ଲକରୁ ୩୫,ଦଶମନ୍ତପୁର ବ୍ଲକରୁ ୮,ଜୟପୁର ବ୍ଲକରୁ ୨୧ ଓ କୋରାପୁଟ ବ୍ଲକରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୮,କୁନ୍ଦୁରା ବ୍ଲକରୁ ୧୩,ଲମତାପୁଟ ବ୍ଲକରୁ୪,ଲକ୍ଷ୍ମୀପୁର ବ୍ଲକରୁ ୧୩,ନନ୍ଦପୁର ବ୍ଲକରୁ ୬,ନାରାୟଣପାଟଣା ବ୍ଲକରୁ ୩,ପଟ୍ଟାଙ୍ଗୀ ବ୍ଲକରୁ ୧୨ ଏବଂ ସେମିଲିଗୁଡା ବ୍ଲକରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୨୧ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୨ ଲକ୍ଷ ୫୪ ହଜାର ୯୦୫ ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ମଇ ୨୧ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୦୩୮୯ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୬୧୩ ଟି ସକ୍ରୀୟ କେସ ରହିଛି ଓ ୩୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।