Odiapua.com

କୋରାପୁଟ ଜିଲ୍ଲାରେ ରାଜ୍ୟ ସରକାରଙ୍କ ନିଜସ୍ୱ ଖାଦ୍ୟ ସୁରକ୍ଷା ଯୋଜନା ଶୁଭାରମ୍ଭ

କୋରାପୁଟ ; ତା୦୨-୧୦-୧୮(ଓଡିଆ ପୁଅ/ରଂଜନ କୁମାର ଦାସ)କୋରାପୁଟ ଜିଲ୍ଲାରେ ରାଜ୍ୟ ସରକାରଙ୍କ ନିଜସ୍ୱ ଖାଦ୍ୟ ସୁରକ୍ଷା ଯୋଜନା ଶୁଭାରମ୍ଭ ହୋଇଯାଇଛି।ସ୍ଥାନୀୟ ସଂସ୍କୃତିଭବନ ମଂଚଠାରେ କୋରାପୁଟ ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ କୋରାପୁଟ ସାଂସଦ ଝିନ୍ନ ହିକକା ମୁଖ୍ୟ ଅତିଥିଭାବେ ଯୋଗଦେଇ ଖାଦ୍ୟସୁରକ୍ଷା ଯୋଜନା ସଂପର୍କରେ ଆଲୋକପାତ କରିଥିଲେ।କୋରାପୁଟ ଜିଲ୍ଲାପରିଷଦ ସଭାପତି ପ୍ରଭୁ ଜାନି, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଇଶ୍ୱର ଚନ୍ଦ୍ର ପାଣିଗ୍ରାହୀ ସମ୍ମାନ୍ନିତ ଅତିଥିଭାବେ ଯୋଗଦେଇ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଦ ପଡିଥିବା ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ନିଜସ୍ୱ ଅର୍ଥରେ ଖାଦ୍ୟ କାର୍ଡ ପ୍ରଦାନ କରୁଥିବାରୁ ମୁଖ୍ୟମନ୍ତ୍ରୀ ନବିନ ପଟନାୟକଙ୍କୁ ଅଭିନନ୍ଦନ ଜଣାଇଥିଲେ।କୋରାପୁଟ ଜିଲ୍ଲାର ବିଭିନ୍ନ ବ୍ଲକ ତଥା ସହରାଂଚଳ ଅଫିସରୁ ନୂତନ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତଭୁକ୍ତ ହିତାଧିକାରୀମାନେ କାର୍ଡ ପାଇପାରିବେ ବୋଲି ଜିଲ୍ଲାପାଳ ଶ୍ରୀ ଚକ୍ରବର୍ତି ସୂଚନା ଦେଇଥିଲେ।କୋରାପୁଟ ମ୍ୟୁନସିପାଲଟିର ସମୁଦାୟ ୩୭୩ଜଣ ହିତାଧିକାରୀମାନଙ୍କୁ ମୁଖ୍ୟ ଅତିଥି ତଥା ଅନ୍ୟ ଅତିଥିମାନେ କାର୍ଡ ପ୍ରଦାନ କରିଥିଲେ।ଏହି ଉତ୍ସବରେ କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ଦେବେନ କୁମାର ପ୍ରଧାନ, ଜିଲ୍ଲା ଯୋଗାଣ ଅଧିକାରୀ ତୁଲାରାମ ନାୟକ, ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଭବାନୀ ଶଙ୍କର କାଲ ଉପସ୍ଥିତ ଥିଲେ।ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜଗନ୍ନାଥ ପ୍ରସାଦ ରାୟଗୁରୁ ପରିଚାଳନା କରିଥିବା ବେଳେ କୋରାପୁଟ ମ୍ୟୁନସିପାଲଟି ନିର୍ବାହୀ ଅଧିକାରୀ ଗୈାରଚନ୍ଦ୍ର ପଟନାୟକ, ସହାୟକ ଜିଲ୍ଲା ଯୋଗାଣ ଅଧିକାରୀ ଗଣେଶ୍ୱର ଚୈାଧୁରୀ ଓ ରବି ନାରାୟଣ ନନ୍ଦ, କୋରାପୁଟ ବଜାର ନିୟନ୍ତ୍ରକ ନରସିଂହ ବେହେରା ପ୍ରମୁଖ ଯୋଗଦେଇ ପରିଚାଳନାରେ ସହଯୋଗ କରିଥିଲେ।