କୋରାପୁଟ ୧୪-୦୭(ଓଡିଆ ପୁଅ /ରଂଜନ ଦାସ) ବୁଧବାର କୋରାପୁଟ ଜିଲ୍ଲାରେ ୫ଜଣ ମହିଳାଙ୍କ ସମେତ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୬୪୦ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୪ ଓ ଜୟପୁର ପୌରାଂଚଳରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ବନ୍ଧୁଗାଁ ବ୍ଲକରୁ ୧,ଦଶମନ୍ତପୁରରୁ ୧,ଜୟପୁର ବ୍ଲକରୁ ୧,କୋରାପୁଟ ବ୍ଲକରୁ ୧ ଏବଂ କୁନ୍ଦୁରା ବ୍ଲକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ସୁନାବେଡା ପୌର ପରିଷଦ ଓ କୋଟପାଡ ଏନଏସି ସମେତ ବୈପାରିଗୁଡା,ବୋରିଗୁମ୍ମା,କୋଟପାଡ, ଲମତାପୁଟ,ଲକ୍ଷ୍ମୀପୁର,ନନ୍ଦପୁର,ନାରାୟଣପାଟଣା,ପଟ୍ଟାଙ୍ଗୀ ଏବଂ ସେମିଲିଗୁଡା ବ୍ଲକରୁ ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁଲାଇ ୧୪ ତାରିଖ ସୁଦ୍ଧା ୪ ଲକ୍ଷ ୧୬ ହଜାର ୧୧୬ ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଆଜି ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୮୧୯୩ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୩୮୦ ଟି ସକ୍ରୀୟ କେସ ରହିଛି । ଜିଲ୍ଲାରେ ବୁଧବାର ସୁଦ୍ଧା ମୋଟ ମୃତ୍ୟୁ ସଂଖ୍ୟା ୬୭ ରହିଛି ।