Home କୋରାପୁଟ କୋରାପୁଟ ଜିଲ୍ଲାରେ ୧୦ଜଣ କରୋନା ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ ୧୦ଜଣ କରୋନା ପଜିଟିଭ ଚିହ୍ନଟ

42

କୋରାପୁଟ,୨୩/୭(ଓଡିଆ ପୁଅ /ରଂଜନ ଦାସ)ଶୁକ୍ରବାର କୋରାପୁଟ ଜିଲ୍ଲାରେ  ୨ଜଣ ମହିଳାଙ୍କ ସମେତ   ୧୦ ଜଣ  କରୋନା ପଜିଟିଭ ଚିହ୍ନଟ  ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୧୮୭୬୬ରେ ପହଂଚିଛି ।  ଆଜି ଜୟପୁର,ସୁନାବେଡା  ପୌରାଂଚଳ ଓକୋଟପାଡ ଏନଏସି ସମେତ ବନ୍ଧୁଗାଁ,କୋରାପୁଟ,କୁନ୍ଦୁରା,ଲମତାପୁଟ,ଲକ୍ଷ୍ମୀପୁର,ନନ୍ଦପୁର,ନାରାୟଣପାଟଣା ଓ ପଟ୍ଟାଙ୍ଗୀ ବ୍ଲକରେ ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି ।  ଆଜି କେବଳ କୋରାପୁଟ ପୌରାଂଚଳରେ ୩ ଓ ବୈପାରିଗୁଡା ବ୍ଲକରୁ ୧,ବୋରିଗୁମ୍ମା ବ୍ଲକରୁ ୧,ଦଶମନ୍ତପୁର ବ୍ଲକରୁ ୧,ଜୟପୁର ବ୍ଲକରୁ ୧,କୋଟପାଡ ବ୍ଲକରୁ ୨ ଓ ଲମତାପୁଟ ବ୍ଲକରୁ ଜଣେ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁଲାଇ  ୨୩  ତାରିଖ ସୁଦ୍ଧା ୪ ଲକ୍ଷ   ୭୬ ହଜାର  ୩୪୯ ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଆଜି  ସୁଦ୍ଧା ଜିଲ୍ଲାରେ ମୋଟ   ଆକ୍ରାନ୍ତଙ୍କ ଭିତରୁ  ୧୮୪୬୬ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ  ୨୩୧ ଟି ସକ୍ରୀୟ କେସ ରହିଛି ।  ଜିଲ୍ଲାରେ  ଶୁକ୍ରବାର  ସୁଦ୍ଧା  ମୋଟ ମୃତ୍ୟୁ ସଂଖ୍ୟା ୬୯   ରହିଛି  ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.