Home କୋରାପୁଟ କୋରାପୁଟ ଜିଲ୍ଲାରେ ୧୨୬ଜଣ କରୋନା ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ ୧୨୬ଜଣ କରୋନା ପଜିଟିଭ ଚିହ୍ନଟ

40

କୋରାପୁଟ ୧୦-୦୬(ଓଡିଆ ପୁଅ /ରଂଜନ ଦାସ)  କୋରାପୁଟ ଜିଲ୍ଲାରେ ଗୁରୁବାର ଦିନ ୪୮ଜଣ ମହିଳାଙ୍କ ସମେତ  ୧୨୬ଜଣ  କରୋନା ଆକ୍ରାନ୍ତ ଚିହ୍ନଟ  ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୧୬୬୧୦ରେ ପହଂଚିଛି ।  ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୬ ଜଣ  ଚିହ୍ନଟ ହୋଇଥିବାବେଳେ  ଜୟପୁର ପୌରାଂଚଳରୁ ୨୭,ସୁନାବେଡା ପୌରାଂଚଳରୁ ୧୭ ଏବଂ କୋଟପାଡ ଏନଏସିରୁ  ୧୩ଜଣ  ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ  ୪,ବୈପାରିଗୁଡା ବ୍ଲକରୁ ୫, ବୋରିଗୁମ୍ମା ବ୍ଲକରୁ ୨୪,ଦଶମନ୍ତପୁର ବ୍ଲକରୁ ୪,ଜୟପୁର ବ୍ଲକରୁ ୮  ଓ କୋରାପୁଟ ବ୍ଲକରୁ ୬ଜଣ ଚିହ୍ନଟ ହୋଇଥିବାବେଳେ କୁନ୍ଦୁରା ବ୍ଲକରୁ ୨,ଲମତାପୁଟ ବ୍ଲକରୁ ୨,ଲକ୍ଷ୍ମୀପୁର ବ୍ଲକରୁ ୩,ନାରାୟଣପାଟଣା ବ୍ଲକରୁ୧,ପଟ୍ଟାଙ୍ଗୀ ବ୍ଲକରୁ ୧  ଏବଂ  ସେମିଲିଗୁଡା  ବ୍ଲକରୁ  ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା  ଜଣାପଡିଛି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୯  ତାରିଖ ସୁଦ୍ଧା ୩ ଲକ୍ଷ  ୬ ହଜାର ୫୯୫  ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୯ତାରିଖ  ସୁଦ୍ଧା ଜିଲ୍ଲାରେ ମୋଟ   ଆକ୍ରାନ୍ତଙ୍କ ଭିତରୁ  ୧୪୭୮୬  ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୭୮୦ଟି ସକ୍ରୀୟ କେସ ରହିଛି ଓ  ୪୪ ଜଣ କରୋନା  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.