Home କୋରାପୁଟ କୋରାପୁଟ ଜିଲ୍ଲାରେ ୧୨୯ଜଣ କରୋନା ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ ୧୨୯ଜଣ କରୋନା ପଜିଟିଭ ଚିହ୍ନଟ

42

କୋରାପୁଟ ୦୮-୦୬(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ମଙ୍ଗଳବାର ଦିନ ୬୦ଜଣ ମହିଳାଙ୍କ ସମେତ  ୧୨୯ଜଣ  କରୋନା ଆକ୍ରାନ୍ତ ଚିହ୍ନଟ  ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୧୬୩୪୨ରେ ପହଂଚିଛି ।  ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଲରୁ  ୯ ଜଣ  ଚିହ୍ନଟ ହୋଇଥିବାବେଳେ  ଜୟପୁର ପୌରାଂଚଳରୁ ୨୪,ସୁନାବେଡା ପୌରାଂଚଳରୁ ୧୧ ଏବଂ କୋଟପାଡ ଏନଏସିରୁ  ୯ଜଣ  ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ଆଜି ବନ୍ଧୁଗାଁ  ବ୍ଲକରୁ ଜଣେ ମଧ୍ୟ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । ସେହିପରି ବୈପାରିଗୁଡା ବ୍ଲକରୁ ୮, ବୋରିଗୁମ୍ମା ବ୍ଲକରୁ ୨,ଦଶମନ୍ତପୁର ବ୍‌ଲକରୁ ୪,ଜୟପୁର ବ୍ଲକରୁ ୮  ଓ କୋରାପୁଟ ବ୍ଲକରୁ ୧୦ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୪,କୁନ୍ଦୁରା ବ୍ଲକରୁ ୪,ଲମତାପୁଟ ବ୍ଲକରୁ ୪,ଲକ୍ଷ୍ମୀପୁର ବ୍ଲକରୁ ୪,ନନ୍ଦପୁର ବ୍ଲକରୁ ୫,ନାରାୟଣପାଟଣା ବ୍ଲକରୁ ୮,ପଟ୍ଟାଙ୍ଗୀ ବ୍ଲକରୁ ୧୦  ଏବଂ  ସେମିଲିଗୁଡା  ବ୍ଲକରୁ  ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା  ଜଣାପଡିଛି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୭  ତାରିଖ ସୁଦ୍ଧା ୩ ଲକ୍ଷ  ୭୫୩  ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ  ୭ ତାରିଖ  ସୁଦ୍ଧା ଜିଲ୍ଲାରେ ମୋଟ   ଆକ୍ରାନ୍ତଙ୍କ ଭିତରୁ  ୧୪୩୮୮ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୯୧୧ଟି ସକ୍ରୀୟ କେସ  ରହିଛି ଓ  ୪୩ ଜଣ କରୋନା  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.