କୋରାପୁଟ ୦୮-୦୬(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ମଙ୍ଗଳବାର ଦିନ ୬୦ଜଣ ମହିଳାଙ୍କ ସମେତ ୧୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩୪୨ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଲରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୨୪,ସୁନାବେଡା ପୌରାଂଚଳରୁ ୧୧ ଏବଂ କୋଟପାଡ ଏନଏସିରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ବନ୍ଧୁଗାଁ ବ୍ଲକରୁ ଜଣେ ମଧ୍ୟ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । ସେହିପରି ବୈପାରିଗୁଡା ବ୍ଲକରୁ ୮, ବୋରିଗୁମ୍ମା ବ୍ଲକରୁ ୨,ଦଶମନ୍ତପୁର ବ୍ଲକରୁ ୪,ଜୟପୁର ବ୍ଲକରୁ ୮ ଓ କୋରାପୁଟ ବ୍ଲକରୁ ୧୦ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୪,କୁନ୍ଦୁରା ବ୍ଲକରୁ ୪,ଲମତାପୁଟ ବ୍ଲକରୁ ୪,ଲକ୍ଷ୍ମୀପୁର ବ୍ଲକରୁ ୪,ନନ୍ଦପୁର ବ୍ଲକରୁ ୫,ନାରାୟଣପାଟଣା ବ୍ଲକରୁ ୮,ପଟ୍ଟାଙ୍ଗୀ ବ୍ଲକରୁ ୧୦ ଏବଂ ସେମିଲିଗୁଡା ବ୍ଲକରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୭ ତାରିଖ ସୁଦ୍ଧା ୩ ଲକ୍ଷ ୭୫୩ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୭ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୪୩୮୮ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୯୧୧ଟି ସକ୍ରୀୟ କେସ ରହିଛି ଓ ୪୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।