Home କୋରାପୁଟ କୋରାପୁଟ ଜିଲ୍ଲାରେ ୧୪୨ଜଣ କରୋନା ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ ୧୪୨ଜଣ କରୋନା ପଜିଟିଭ ଚିହ୍ନଟ

54

କୋରାପୁଟ ୦୯-୦୬(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ  ଜିଲ୍ଲାରେ ବୁଧବାର ଦିନ ୬୦ଜଣ ମହିଳାଙ୍କ ସମେତ  ୧୪୨ଜଣ  କରୋନା ଆକ୍ରାନ୍ତ ଚିହ୍ନଟ  ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୧୬୪୮୪ରେ ପହଂଚିଛି ।  ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୧୬ ଜଣ  ଚିହ୍ନଟ ହୋଇଥିବାବେଳେ  ଜୟପୁର ପୌରାଂଚଳରୁ ୨୫,ସୁନାବେଡା ପୌରାଂଚଳରୁ ୩ ଏବଂ କୋଟପାଡ ଏନଏସିରୁ  ୭ଜଣ  ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ  ୨,ବୈପାରିଗୁଡା ବ୍ଲକରୁ ୧୦, ବୋରିଗୁମ୍ମା ବ୍ଲକରୁୁ ୧୪,ଦଶମନ୍ତପୁର ବ୍ଲକରୁ ୨,ଜୟପୁର ବ୍ଲକରୁ ୭  ଓ କୋରାପୁଟ ବ୍ଲକରୁ ୧୨ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୯,କୁନ୍ଦୁରାରୁ ୭,ଲମତାପୁଟ ବ୍ଲକରୁ ୧୫,ଲକ୍ଷ୍ମୀପୁର ବ୍ଲକରୁ ୨,ନନ୍ଦପୁର ବ୍ଲକରୁ ୪,ନାରାୟଣପାଟଣା ବ୍ଲକରୁ ୨୮,ପଟ୍ଟାଙ୍ଗୀ ବ୍ଲକରୁ ୩  ଏବଂ  ସେମିଲିଗୁଡା  ବ୍ଲକରୁ  ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା  ଜଣାପଡିଛି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ  ୮   ତାରିଖ ସୁଦ୍ଧା ୩ ଲକ୍ଷ  ୪ ହଜାର ୩୩  ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ୍ ୮ ତାରିଖ  ସୁଦ୍ଧା ଜିଲ୍ଲାରେ ମୋଟ   ଆକ୍ରାନ୍ତଙ୍କ ଭିତରୁ  ୧୪୫୯୪  ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୮୪୬ଟି ସକ୍ରୀୟ କେସ  ରହିଛି ଓ  ୪୪ ଜଣ କରୋନା  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.