କୋରାପୁଟ ୦୬-୦୬(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ରବିବାର ଦିନ ୬୩ଜଣ ମହିଳାଙ୍କ ସମେତ ୧୫୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦୩୩ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌର ପରିଷଦରୁ ୨୫ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୧୩,ସୁନାବେଡା ପୌରାଂଚଳରୁ ୭ ଏବଂ କୋଟପାଡ ଏନଏସିରୁ ୧୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୨,ବୈପାରିଗୁଡା ବ୍ଲକରୁ ୧୦, ବୋରିଗୁମ୍ମା ବ୍ଲକରୁ ୪,ଦଶମନ୍ତପୁର ବ୍ଲକରୁ ୧୦,ଜୟପୁର ବ୍ଲକରୁ ୬ ଓ କୋରାପୁଟ ବ୍ଲକରୁ ୯ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୧୦,କୁନ୍ଦୁରା ବ୍ଲକରୁ ୨,ଲମତାପୁଟ ବ୍ଲକରୁ ୬,ଲକ୍ଷ୍ମୀପୁର ବ୍ଲକରୁ ୨,ନନ୍ଦପୁର ବ୍ଲକରୁ ୩,ନାରାୟଣପାଟଣା ବ୍ଲକରୁ ୧୨,ପଟ୍ଟାଙ୍ଗୀ ବ୍ଲକରୁ ୮ ଏବଂ ସେମିଲିଗୁଡା ବ୍ଲକରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୫ ତାରିଖ ସୁଦ୍ଧା ୨ ଲକ୍ଷ ୯୯ ହଜାର ୭୫୯ ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୫ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୩୯୬୩ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୦୨୭ଟି ସକ୍ରୀୟ କେସ ରହିଛି ଓ ୪୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।