କୋରାପୁଟ ୨୪-୦୫(ଓଡିଆ ପୁଅ /ରଂଜନ ଦାସ)କୋରାପୁଟ ଜିଲ୍ଲାରେ ସୋମବାର ଦିନ ୭୪ଜଣ ମହିଳାଙ୍କ ସମେତ ୧୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୮୩ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୨୨ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ସର୍ବାଧିକ ୩୩ , ସୁନାବେଡା ପୌରାଂଚଳରୁ ୧୮ ଏବଂ କୋଟପାଡ ଏନଏସିରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୩, ବୈପାରିଗୁଡା ବ୍ଲକରୁ ୬,ବୋରିଗୁମ୍ମା ବ୍ଲକରୁ ୬,ଦଶମନ୍ତପୁର ବ୍ଲକରୁ ୧୧,ଜୟପୁର ବ୍ଲକରୁ ୧୦ ଓ କୋରାପୁଟ ବ୍ଲକରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୫,କୁନ୍ଦୁରା ବ୍ଲକରୁ ୬,ଲକ୍ଷ୍ମୀପୁର ବ୍ଲକରୁ ୧୦,ନନ୍ଦପୁର ବ୍ଲକରୁ୬,ନାରାୟଣପାଟଣା ବ୍ଲକରୁ ୯,ପଟ୍ଟାଙ୍ଗୀ ବ୍ଲକରୁ ୮ ଏବଂ ସେମିଲିଗୁଡା ବ୍ଲକରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ତେବେ ଲମତାପୁଟ ବ୍ଲକରୁ ସୋମବାର ଜଣେ ମଧ୍ୟ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୨୩ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୨ ଲକ୍ଷ ୫୫ ହଜାର ୨୨୩ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ମଇ ୨୩ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୦୭୧୪ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୭୩୫ ଟି ସକ୍ରୀୟ କେସ ରହିଛି ଓ ୩୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।