Home କୋରାପୁଟ କୋରାପୁଟ ଜିଲ୍ଲାରେ ୧୭୫ଜଣ କରୋନା ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ ୧୭୫ଜଣ କରୋନା ପଜିଟିଭ ଚିହ୍ନଟ

53

କୋରାପୁଟ ୨୪-୦୫(ଓଡିଆ ପୁଅ /ରଂଜନ ଦାସ)କୋରାପୁଟ ଜିଲ୍ଲାରେ ସୋମବାର ଦିନ  ୭୪ଜଣ ମହିଳାଙ୍କ ସମେତ  ୧୭୫ଜଣ  କରୋନା ଆକ୍ରାନ୍ତ ଚିହ୍ନଟ  ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୧୩୪୮୩ରେ ପହଂଚିଛି ।  ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ  ପୌରାଂଚଳରୁ  ୨୨ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ସର୍ବାଧିକ ୩୩ , ସୁନାବେଡା ପୌରାଂଚଳରୁ ୧୮ ଏବଂ କୋଟପାଡ ଏନଏସିରୁ   ୫ଜଣ  ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ସେହିପରି  ବନ୍ଧୁଗାଁ  ବ୍ଲକରୁ ୩, ବୈପାରିଗୁଡା ବ୍ଲକରୁ ୬,ବୋରିଗୁମ୍ମା ବ୍ଲକରୁ ୬,ଦଶମନ୍ତପୁର ବ୍ଲକରୁ ୧୧,ଜୟପୁର ବ୍ଲକରୁ ୧୦  ଓ କୋରାପୁଟ ବ୍ଲକରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ  କୋଟପାଡ ବ୍ଲକରୁ ୫,କୁନ୍ଦୁରା ବ୍ଲକରୁ ୬,ଲକ୍ଷ୍ମୀପୁର ବ୍ଲକରୁ ୧୦,ନନ୍ଦପୁର ବ୍ଲକରୁ୬,ନାରାୟଣପାଟଣା ବ୍ଲକରୁ ୯,ପଟ୍ଟାଙ୍ଗୀ ବ୍ଲକରୁ ୮  ଏବଂ  ସେମିଲିଗୁଡା  ବ୍ଲକରୁ  ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା  ଜଣାପଡିଛି ।  ତେବେ ଲମତାପୁଟ ବ୍ଲକରୁ ସୋମବାର ଜଣେ ମଧ୍ୟ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୨୩  ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ  ବୟସର  ୨ ଲକ୍ଷ  ୫୫  ହଜାର ୨୨୩ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ମଇ ୨୩  ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ   ଆକ୍ରାନ୍ତଙ୍କ ଭିତରୁ  ୧୦୭୧୪ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୭୩୫ ଟି ସକ୍ରୀୟ କେସ ରହିଛି ଓ  ୩୪ ଜଣ କରୋନା  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.