କୋରାପୁଟ ୦୨-୦୬(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ବୁଧବାର ଦିନ ୭୩ଜଣ ମହିଳାଙ୍କ ସମେତ ୧୭୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪୩୦ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୨୧ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୨୬ , ସୁନାବେଡା ପୌରାଂଚଳରୁ ୫ ଏବଂ କୋଟପାଡ ଏନଏସିରୁ ୧୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୬,ବୈପାରିଗୁଡାରୁ ୪,ବୋରିଗୁମ୍ମାରୁ ୩୦,ଦଶମନ୍ତପୁରରୁ ୩,ଜୟପୁର ବ୍ଲକରୁ ୯ ଓ କୋରାପୁଟ ବ୍ଲକରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି । କୋଟପାଡ ବ୍ଲକରୁ ୧୧,କୁନ୍ଦୁରାରୁ ୨୨,ଲମତାପୁଟରୁ ୧,ଲକ୍ଷ୍ମୀପୁରରୁ ଆଜି କେହି ଚିହ୍ନଟ ହୋଇ ନଥିବାବେଳେ ,ନନ୍ଦପୁରରୁ ୫,ନାରାୟଣପାଟଣାରୁ ୧,ପଟ୍ଟାଙ୍ଗୀରୁ ୪ ଏବଂ ସେମିଲିଗୁଡା ବ୍ଲକରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ୍ ୧ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୨ ଲକ୍ଷ ୮୯ ହଜାର ୩୯୮ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୧ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୩୧୨୮ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୨୬୦ ଟି ସକ୍ରୀୟ କେସ ରହିଛି ଓ ୪୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।