କୋରାପୁଟ ୧୭-୦୪ (ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ଶନିବାର ଦିନ ୫ଜଣ ମହିଳାଙ୍କ ସମେତ ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଆକ୍ରାନ୍ତ ମାନଙ୍କ ମଧ୍ୟରୁ ଜୟପୁର ପୌରାଂଚଳର ୁ୫, ସୁନାବେଡା ପୌରାଂଚଳରୁ ୩ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ଏନଏସିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବୋରିଗୁମ୍ମା ବ୍ଲକରୁ ୩ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜୟପୁର ବ୍ଲକରୁ ୧,କୋରାପୁଟ ବ୍ଲକରୁ ୨,କୋଟପାଡ ବ୍ଲକରୁ ୨ ଏବଂ ଲକ୍ଷ୍ମୀପୁର ବ୍ଲକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଏପ୍ରିଲ ୧୬ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୧ଲକ୍ଷ ୯୫ ହଜାର ୭୯୯ ଜଣଙ୍କୁ କରୋନା ଟୀକା କରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦିଆଯାଇଛି ।