କୋରାପୁଟ ୦୬-୦୫(ଓଡିଆ ପୁଅ/ରଂଜନ ଦାସ) କୋରାପୁଟ ଜିଲ୍ଲାରେ ଗୁରୁବାର ଦିନ ୭୨ଜଣ ମହିଳାଙ୍କ ସମେତ ୧୮୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୩୨ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୪୭ ,ସୁନାବେଡା ପୌରାଂଚଳରୁ ୨୮ ଏବଂ କୋଟପାଡ ଏନଏସିରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୩,ବୈପାରିଗୁଡା ବ୍ଲକରୁ ୬,ବୋରିଗୁମ୍ମା ବ୍ଲକରୁ ୬,ଦଶମନ୍ତପୁର ବ୍ଲକରୁ ୩,ଜୟପୁର ବ୍ଲକରୁ ୧୪ ଓ କୋରାପୁଟ ବ୍ଲକରୁ ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କୋଟପାଡ ବ୍ଲକରୁ ୨,କୁନ୍ଦୁରା ବ୍ଲକରୁ ୧,ଲମତାପୁଟ ବ୍ଲକରୁ ୪,ଲକ୍ଷ୍ମୀପୁର ବ୍ଲକରୁ ୭,ନନ୍ଦପୁର ବ୍ଲକରୁ ୨,ନାରାୟଣପାଟଣା ବ୍ଲକରୁ ୪,ପଟ୍ଟାଙ୍ଗା ବ୍ଲକରୁ ୩ ଏବଂ ସେମିଲିଗୁଡା ବ୍ଲକରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଗତ କିଛି ଦିନ ହେବ ଟୀକାକରଣ ବନ୍ଦ ଥିବାରୁ ମଇ ୬ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୨ ଲକ୍ଷ ୩୫ ହଜାର ୩୫ ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ମଇ ୬ ସୁଦ୍ଧା ଜିଲ୍ଲାର ମୋଟ ୯୬୦୨ ଆକ୍ରାନ୍ତଙ୍କ ଭିତରୁ ୮୫୨୩ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୦୫୮ ଟି ଏକ୍ଟିଭ କେସ ରହିଛି ଓ ୨୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।