Home କୋରାପୁଟ କୋରାପୁଟ ଜିଲ୍ଲାରେ ୧୯ଜଣ କରୋନା ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ ୧୯ଜଣ କରୋନା ପଜିଟିଭ ଚିହ୍ନଟ

20

କୋରାପୁଟ ୧୫-୦୭(ଓଡିଆ ପୁଅ /ରଂଜନ ଦାସ) ଗୁରୁବାର କୋରାପୁଟ ଜିଲ୍ଲାରେ  ୯ଜଣ ମହିଳାଙ୍କ ସମେତ   ୧୯ ଜଣ  କରୋନା ପଜିଟିଭ ଚିହ୍ନଟ  ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୧୮୬୫୯ରେ ପହଂଚିଛି ।  ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ  ୭ ଓ  ସୁନାବେଡା ପୌରାଂଚଳରୁ ୩ ଜଣ ପଜିଟିଭ ଚିହ୍ନଟ  ହୋଇଛନ୍ତି ।  ସେହିପରି  ଆଜି  ବୋରିଗୁମ୍ମା ବ୍ଲକରୁ ୨,ଦଶମନ୍ତପୁର ବ୍ଲକରୁ ୧,କୋରାପୁଟ ବ୍ଲକରୁ ୧,ଲମତାପୁଟ ବ୍ଲକରୁ ୨,ନନ୍ଦପୁର ବ୍ଲକରୁ ୨  ଏବଂ ନାରାୟଣପାଟଣା  ବ୍ଲକରୁ ଜଣେ  ଆକ୍ରାନ୍ତ ଚିହ୍ନଟ  ହୋଇଥିବା  ଜଣାପଡିଛି । ଜୟପୁର ପୌରାଂଚଳ  ଓ କୋଟପାଡ ଏନଏସି ସମେତ ବନ୍ଧୁଗାଁ, ବୈପାରିଗୁଡା,ଜୟପୁର,କୋଟପାଡ,କୁନ୍ଦୁରା,ଲକ୍ଷ୍ମୀପୁର,ପଟ୍ଟାଙ୍ଗୀ ଏବଂ ସେମିଲିଗୁଡା  ବ୍ଲକରୁ  ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁଲାଇ  ୧୪  ତାରିଖ ସୁଦ୍ଧା ୪ ଲକ୍ଷ   ୧୬ ହଜାର  ୧୧୬ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଆଜି  ସୁଦ୍ଧା ଜିଲ୍ଲାରେ ମୋଟ   ଆକ୍ରାନ୍ତଙ୍କ ଭିତରୁ  ୧୮୨୩୪ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ  ୩୫୮ଟି ସକ୍ରୀୟ କେସ ରହିଛି ।  ଜିଲ୍ଲାରେ  ଗୁରୁବାର  ସୁଦ୍ଧା  ମୋଟ ମୃତ୍ୟୁ ସଂଖ୍ୟା ୬୭   ରହିଛି  ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.