Home କୋରାପୁଟ କୋରାପୁଟ ଜିଲ୍ଲାରେ ୧୯ଜଣ କରୋନା ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ ୧୯ଜଣ କରୋନା ପଜିଟିଭ ଚିହ୍ନଟ

31

କୋରାପୁଟ ୧୦-୦୭(ଓଡିଆ ପୁଅ /ରଂଜନ ଦାସ) ଶନିବାର କୋରାପୁଟ ଜିଲ୍ଲାରେ  ୧୪ଜଣ ମହିଳାଙ୍କ ସମେତ   ୧୯ ଜଣ  କରୋନା ଆକ୍ରାନ୍ତ ଚିହ୍ନଟ  ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୧୮୫୪୫ରେ ପହଂଚିଛି ।  ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ  ୩ ଓ ସୁନାବେଡା ପୌରାଂଚଳରୁ ୨ ଜଣ   ପଜିଟିଭ ଚିହ୍ନଟ  ହୋଇଛନ୍ତି ।  ସେହିପରି  ଆଜି  ବୋରିଗୁମ୍ମା  ବ୍ଲକରୁ ୧,ଦଶମନ୍ତପୁର ବ୍ଲକରୁ ୪ କୋରାପୁଟ ବ୍ଲକରୁ ଜଣେ  ଆକ୍ରାନ୍ତ ଚିହ୍ନଟ  ହୋଇଥିବାବେଳେ କୋଟପାଡ ବ୍ଲକରୁ ୪,ଲମତାପୁଟ ବ୍ଲକରୁ ୩,ନାରାୟଣପାଟଣା ବ୍ଲକରୁ ଜଣେ  ଚିହ୍ନଟ ହୋଇଛନ୍ତି । ଅନ୍ୟ ପକ୍ଷରେ ଶନିବାର ଜିଲ୍ଲାର ଜୟପୁର ପୌରାଂଚଳ ଓ କୋଟପାଡ ଏନଏସି ସମେତ ବନ୍ଧୁଗାଁ,ବୈପାରିଗୁଡା,ଜୟପୁର,କୁନ୍ଦୁରା, ଲକ୍ଷ୍ମୀପୁର,ନନ୍ଦପୁର,ପଟ୍ଟାଙ୍ଗୀ ଏବଂ ସେମିଲିଗୁଡା  ବ୍ଲକରୁ  ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁଲାଇ  ୯ ତାରିଖ ସୁଦ୍ଧା ୪ ଲକ୍ଷ   ୧୬ ହଜାର  ୧୧୬ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଆଜି  ସୁଦ୍ଧା ଜିଲ୍ଲାରେ ମୋଟ   ଆକ୍ରାନ୍ତଙ୍କ ଭିତରୁ  ୧୭୯୨୦ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ  ୫୫୮ ଟି ସକ୍ରୀୟ କେସ ରହିଛି ।  ଜିଲ୍ଲାରେ  ଶନିବାର  ସୁଦ୍ଧା  ମୋଟ ମୃତ୍ୟୁ ସଂଖ୍ୟା ୬୭   ରହିଛି  ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.