Home କୋରାପୁଟ କୋରାପୁଟ ଜିଲ୍ଲାରେ ୨୦୨ଜଣ କରୋନା ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ ୨୦୨ଜଣ କରୋନା ପଜିଟିଭ ଚିହ୍ନଟ

94

କୋରାପୁଟ୨୯-୦୫(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ  ଶନିବାର ଦିନ ୯୦ଜଣ ମହିଳାଙ୍କ ସମେତ  ୨୦୨ଜଣ  କରୋନା ଆକ୍ରାନ୍ତ ଚିହ୍ନଟ  ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୧୪୫୮୪ରେ ପହଂଚିଛି ।  ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ  ପୌରାଂଚଳରୁ  ୩୧ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ସର୍ବାଧିକ ୩୭ , ସୁନାବେଡା ପୌରାଂଚଳରୁ ୨୨ ଏବଂ କୋଟପାଡ ଏନଏସିରୁ   ୭ଜଣ  ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ସେହିପରି  ବନ୍ଧୁଗାଁ  ବ୍ଲକରୁ ୭, ବୈପାରିଗୁଡା ବ୍ଲକରୁ ୨,ବୋରିଗୁମ୍ମା ବ୍ଲକରୁ ୬,ଦଶମନ୍ତପୁର ବ୍ଲକରୁ ୯,ଜୟପୁର ବ୍ଲକରୁ ୧୭  ଓ କୋରାପୁଟ ବ୍ଲକରୁ ୨୮ ଜଣ ଚିହ୍ନଟ ହୋଇଥିବାବେଳେ  କୋଟପାଡ ବ୍ଲକରୁ ୮,ଲମତାପୁଟ ବ୍ଲକରୁ ୧,ଲକ୍ଷ୍ମୀପୁର ବ୍ଲକରୁ ୬,ନନ୍ଦପୁର ବ୍ଲକରୁ୧,ନାରାୟଣପାଟଣା ବ୍ଲକରୁ  ୭,ପଟ୍ଟାଙ୍ଗୀ ବ୍ଲକରୁ ୩  ଏବଂ  ସେମିଲିଗୁଡା  ବ୍ଲକରୁ  ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା  ଜଣାପଡିଛି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୨୮  ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ  ବୟସର  ୨ ଲକ୍ଷ  ୮୨  ହଜାର ୮୪୮  ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ମଇ ୨୯ ତାରିଖ  ସୁଦ୍ଧା ଜିଲ୍ଲାରେ ମୋଟ   ଆକ୍ରାନ୍ତଙ୍କ ଭିତରୁ  ୧୨୧୨୪ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୪୧୮ ଟି ସକ୍ରୀୟ କେସ ରହିଛି ଓ  ୪୨ ଜଣ କରୋନା  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.