Home କୋରାପୁଟ କୋରାପୁଟ ଜିଲ୍ଲାରେ ୨୧ଜଣ କରୋନା ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ ୨୧ଜଣ କରୋନା ପଜିଟିଭ ଚିହ୍ନଟ

24

କୋରାପୁଟ ୧୯-୦୪(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ସୋମବାର ଦିନ ୫ଜଣ ମହିଳାଙ୍କ ସମେତ ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆକ୍ରାନ୍ତ ମାନଙ୍କ ମଧ୍ୟରୁ ଜୟପୁର ପୌରାଂଚଳରୁ ୬, କୋରାପୁଟ ପୌରାଂଚଳରୁ ୧ ଓ ସୁନାବେଡା ପୌରାଂଚଳରୁ ଜଣେ  ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ସେହିପରି  ବନ୍ଧୁଗାଁ ବ୍ଲକରୁ ୧,ଜୟପୁର ବ୍ଲକରୁ ୪,କୁନ୍ଦୁରା ବ୍ଲକରୁ ୨,କୋଟପାଡ ବ୍ଲକରୁ ୪,  ଏବଂ  ନନ୍ଦପୁର ବ୍ଲକରୁ ୨ଜଣ  ଚିହ୍ନଟ ହୋଇଥିବା  ଜଣାପଡିଛି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଏପ୍ରିଲ ୧୮  ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ  ବୟସର  ୧ଲକ୍ଷ ୯୫  ହଜାର ୭୯୯ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ  ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.