କୋରାପୁଟ ୩୦-୦୫(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ରବିବାର ଦିନ ୭୯ଜଣ ମହିଳାଙ୍କ ସମେତ ୨୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭୯୯ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୧୨ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୩୯ , ସୁନାବେଡା ପୌରାଂଚଳରୁ ୧୨ ଏବଂ କୋଟପାଡ ଏନଏସିରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବୈପାରିଗୁଡା ବ୍ଲକରୁ ୭,ବୋରିଗୁମ୍ମା ବ୍ଲକରୁ ସର୍ବାଧିକ ୪୯,ଦଶମନ୍ତପୁର ବ୍ଲକରୁ ୩,ଜୟପୁର ବ୍ଲକରୁ ୧୮ ଓ କୋରାପୁଟ ବ୍ଲକରୁ ୧୫ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୩,କୁନ୍ଦୁରା ବ୍ଲକରୁ ୧୮,ଲମତାପୁଟ ବ୍ଲକରୁ ୯,ଲକ୍ଷ୍ମୀପୁର ବ୍ଲକରୁ ୫,ନନ୍ଦପୁର ବ୍ଲକରୁ୫,ନାରାୟଣପାଟଣା ବ୍ଲକରୁ ୭ ଏବଂ ସେମିଲିଗୁଡା ବ୍ଲକରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୨୯ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୨ ଲକ୍ଷ ୮୬ ହଜାର ୨୫୪ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ମଇ ୩୦ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୨୩୮୮ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୩୬୯ ଟି ସକ୍ରୀୟ କେଶ୍ ରହିଛି ଓ ୪୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।