Home କୋରାପୁଟ କୋରାପୁଟ ଜିଲ୍ଲାରେ  ୨୨୦ଜଣ କରୋନା ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ  ୨୨୦ଜଣ କରୋନା ପଜିଟିଭ ଚିହ୍ନଟ

29

କୋରାପୁଟ୨୮-୫(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ଶୁକ୍ରବାର ଦିନ ୮୧ଜଣ ମହିଳାଙ୍କ ସମେତ  ୨୨୦ଜଣ  କରୋନା ଆକ୍ରାନ୍ତ ଚିହ୍ନଟ  ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୧୪୩୮୨ରେ ପହଂଚିଛି ।  ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ  ପୌରାଂଚଳରୁ  ୨୭ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ସର୍ବାଧିକ ୫୩ , ସୁନାବେଡା ପୌରାଂଚଳରୁ ୩ ଏବଂ କୋଟପାଡ ଏନଏସିରୁ   ୭ଜଣ  ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ସେହିପରି  ବନ୍ଧୁଗାଁ  ବ୍ଲକରୁ ୩, ବୈପାରିଗୁଡା ବ୍ଲକରୁ ୬,ବୋରିଗୁମ୍ମା ବ୍ଲକରୁ ୩,ଦଶମନ୍ତପୁର ବ୍ଲକରୁ ୧୧,ଜୟପୁର ବ୍ଲକରୁ ୨୫  ଓ କୋରାପୁଟ ବ୍ଲକରୁ ୧୬ ଜଣ ଚିହ୍ନଟ ହୋଇଥିବାବେଳେ  କୋଟପାଡ ବ୍ଲକରୁ ୧୫,କୁନ୍ଦୁରାରୁ ୧୪,ଲମତାପୁଟ ବ୍ଲକରୁ ୪,ଲକ୍ଷ୍ମୀପୁର ବ୍ଲକରୁ ୭,ନନ୍ଦପୁର ବ୍ଲକରୁ୨,ନାରାୟଣପାଟଣା ବ୍ଲକରୁ  ୫,ପଟ୍ଟାଙ୍ଗୀ ବ୍ଲକରୁ ୮  ଏବଂ  ସେମିଲିଗୁଡା  ବ୍ଲକରୁ  ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା  ଜଣାପଡିଛି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୨୭  ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ  ବୟସର  ୨ ଲକ୍ଷ  ୭୬  ହଜାର ୪୯୪  ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ମଇ ୨୮   ସୁଦ୍ଧା ଜିଲ୍ଲାରେ ମୋଟ   ଆକ୍ରାନ୍ତଙ୍କ ଭିତରୁ  ୧୧୮୬୫ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୪୭୮ ଟି ସକ୍ରୀୟ କେସ ରହିଛି ଓ  ୩୯ ଜଣ କରୋନା  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.