କୋରାପୁଟ ୨୫-୦୫(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ମଙ୍ଗଳବାର ଦିନ ୯୩ ଜଣ ମହିଳାଙ୍କ ସମେତ ୨୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୭୨୫ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୨୬ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ସର୍ବାଧିକ ୪୬ , ସୁନାବେଡା ପୌରାଂଚଳରୁ ୬ ଏବଂ କୋଟପାଡ ଏନଏସିରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୫, ବୈପାରିଗୁଡା ବ୍ଲକରୁ ୧୦,ବୋରିଗୁମ୍ମା ବ୍ଲକରୁ ୪୪,ଦଶମନ୍ତପୁର ବ୍ଲକରୁ ୧୦,ଜୟପୁର ବ୍ଲକରୁ ୧୫ ଓ କୋରାପୁଟ ବ୍ଲକରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୧୩,କୁନ୍ଦୁରା ବ୍ଲକରୁ ୮,ଲମତାପୁଟ ବ୍ଲକରୁ ୧୨,ଲକ୍ଷ୍ମୀପୁର ବ୍ଲକରୁ ୨୧,ନନ୍ଦପୁର ବ୍ଲକରୁ୨,ନାରାୟଣପାଟଣା ବ୍ଲକରୁ ୧,ପଟ୍ଟାଙ୍ଗୀ ବ୍ଲକରୁ ୬ ଏବଂ ସେମିଲିଗୁଡା ବ୍ଲକରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୨୪ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୨ ଲକ୍ଷ ୫୭ ହଜାର ୮୯୩ ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ମଇ ୨୪ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୦୯୧୧ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୭୮୦ ଟି ସକ୍ରୀୟ କେସ ରହିଛି ଓ ୩୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।