କୋରାପୁଟ ୧୯-୦୫(ଓଡିଆ ପୁଅ / ରଂଜନ ଦାସ) କୋରାପୁଟ ଜିଲ୍ଲାରେ ଗୁରୁବାର ଦିନ ୯୯ଜଣ ମହିଳାଙ୍କ ସମେତ ୨୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୫୨ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୨୧ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ସର୍ବାଧିକ ୨୬ , ସୁନାବେଡା ପୌରାଂଚଳରୁ ୨୦ ଏବଂ କୋଟପାଡ ଏନଏସିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୩, ବୈପାରିଗୁଡା ବ୍ଲକରୁ ୫,ବୋରିଗୁମ୍ମା ବ୍ଲକରୁ ୩୨,ଦଶମନ୍ତପୁର ବ୍ଲକରୁ ୧୩,ଜୟପୁର ବ୍ଲକରୁ ୧୬ ଓ କୋରାପୁଟ ବ୍ଲକରୁ ୧୭ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୧୨,କୁନ୍ଦୁରା ବ୍ଲକରୁ ୨୪,ଲମତାପୁଟ ବ୍ଲକରୁ ୫,ଲକ୍ଷ୍ମୀପୁର ବ୍ଲକରୁୁ ୨୧,ନନ୍ଦପୁର ବ୍ଲକରୁୁ ୧୮,ନାରାୟଣପାଟଣା ବ୍ଲକରୁ ୮,ପଟ୍ଟାଙ୍ଗୀ ବ୍ଲକରୁୁ ୧୦ ଏବଂ ସେମିଲିଗୁଡା ବ୍ଲକରୁ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୧୯ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୨ ଲକ୍ଷ ୫୩ ହଜାର ୩୬୩ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ମଇ ୧୯ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୦୦୨୩ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୫୦୦ ଟି ସକ୍ରୀୟ କେସ ରହିଛି ଓ ୨୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।