Home କୋରାପୁଟ କୋରାପୁଟ ଜିଲ୍ଲାରେ  ୨୭୨ଜଣ କରୋନା ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ  ୨୭୨ଜଣ କରୋନା ପଜିଟିଭ ଚିହ୍ନଟ

26

କୋରାପୁଟ ୨୩-୦୫(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲାରେ ରବିବାର  ଦିନ  ୧୦୪ଜଣ ମହିଳାଙ୍କ ସମେତ  ୨୭୨ଜଣ  କରୋନା ଆକ୍ରାନ୍ତ ଚିହ୍ନଟ  ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୧୩୩୦୮ରେ ପହଂଚିଛି ।  ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ  ପୌରାଂଚଳରୁ  ୨୧ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ସର୍ବାଧିକ ୫୪ , ସୁନାବେଡା ପୌରାଂଚଳରୁ ୨୧ ଏବଂ କୋଟପାଡ ଏନଏସିରୁ   ୪ଜଣ  ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ସେହିପରି  ବନ୍ଧୁଗାଁ  ବ୍ଲକରୁ ୮, ବୈପାରିଗୁଡା ବ୍ଲକରୁ ୬,ବୋରିଗୁମ୍ମା ବ୍ଲକରୁ ୩୩,ଦଶମନ୍ତପୁର ବ୍ଲକରୁ ୧୯,ଜୟପୁର ବ୍ଲକରୁ ୧୧  ଓ କୋରାପୁଟ ବ୍ଲକରୁ ୧୧ ଜଣ ଚିହ୍ନଟ ହୋଇଥିବାବେଳେ  କୋଟପାଡ ବ୍ଲକରୁ ୨୨,କୁନ୍ଦୁରା ବ୍ଲକରୁ ୪,ଲମତାପୁଟ ବ୍ଲକରୁ ୮,ଲକ୍ଷ୍ମୀପୁର ବ୍ଲକରୁ ୧୩,ନନ୍ଦପୁର ବ୍ଲକରୁ ୪,ନାରାୟଣପାଟଣା ବ୍ଲକରୁ ୮,ପଟ୍ଟାଙ୍ଗୀ ବ୍ଲକରୁ୧୧  ଏବଂ  ସେମିଲିଗୁଡା  ବ୍ଲକରୁ  ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା  ଜଣାପଡିଛି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୨୨  ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ  ବୟସର  ୨ ଲକ୍ଷ  ୫୫  ହଜାର ୨୨୩ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ମଇ ୨୨ତାରିଖ   ସୁଦ୍ଧା ଜିଲ୍ଲାରେ ମୋଟ   ଆକ୍ରାନ୍ତଙ୍କ ଭିତରୁ  ୧୦୫୪୮ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୭୨୬ ଟି ସକ୍ରୀୟ କେସ ରହିଛି ଓ  ୩୪ ଜଣ କରୋନା  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.