କୋରାପୁଟ ୦୯-୦୭(ଓଡିଆ ପୁଅ /ରଂଜନ ଦାସ) ଶୁକ୍ରବାର କୋରାପୁଟ ଜିଲ୍ଲାରେ ୧୦ଜଣ ମହିଳାଙ୍କ ସମେତ ୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫୨୬ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୪,ଜୟପୁର ପୌରାଂଚଳରୁ ୯ , ସୁନାବେଡା ପୌରାଂଚଳରୁ ୬ ଓ କୋଟପାଡ ଏନଏସିରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ବୈପାରିଗୁଡା ବ୍ଲକରୁ ୧,ବୋରିଗୁମ୍ମା ବ୍ଲକରୁ ୨,ଜୟପୁର ବ୍ଲକରୁ ୩ ଓ କୋରାପୁଟ ବ୍ଲକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ନନ୍ଦପୁର ବ୍ଲକରୁ ୨ଜଣ ଚିହ୍ନଟ ହୋଇଛନ୍ତି । ଅନ୍ୟ ପକ୍ଷରେ ଶୁକ୍ରବାର ଜିଲ୍ଲାର ବନ୍ଧୁଗାଁ, ଦଶମନ୍ତପୁର,କୋଟପାଡ ବ୍ଲକ ସମେତ କୁନ୍ଦୁରା,ଲମତାପୁଟ, ଲକ୍ଷ୍ମୀପୁର,ନାରାୟଣପାଟଣା,ପଟ୍ଟାଙ୍ଗୀ ଏବଂ ସେମିଲିଗୁଡା ବ୍ଲକରୁ ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁଲାଇ ୯ ତାରିଖ ସୁଦ୍ଧା ୪ ଲକ୍ଷ ୧୬ ହଜାର ୧୧୬ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଆଜି ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୭୮୬୮ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୫୯୧ ଟି ସକ୍ରୀୟ କେସ ରହିଛି । ଜିଲ୍ଲାରେ ଶୁକ୍ରବାର ସୁଦ୍ଧା ମୋଟ ମୃତ୍ୟୁ ସଂଖ୍ୟା ୬୭ ରହିଛି ।