କୋରାପୁଟ ୧୮-୦୫ (ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ମଙ୍ଗଳବାର ଦିନ ୧୨୬ଜଣ ମହିଳାଙ୍କ ସମେତ ୩୩୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୦୬ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୩୪ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ସର୍ବାଧିକ ୫୯ , ସୁନାବେଡା ପୌରାଂଚଳରୁ ୧୯ ଏବଂ କୋଟପାଡ ଏନଏସିରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୬, ବୈପାରିଗୁଡା ବ୍ଲକରୁ ୧୦,ବୋରିଗୁମ୍ମା ବ୍ଲକରୁ ୫,ଦଶମନ୍ତପୁର ବ୍ଲକରୁ ୧୭,ଜୟପୁର ବ୍ଲକରୁ ୩୧ ଓ କୋରାପୁଟ ବ୍ଲକରୁ ୨୦ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୮,କୁନ୍ଦ୍ରା ବ୍ଲକରୁ ୫୪,ଲମତାପୁଟ ବ୍ଲକରୁ୨୬,ଲକ୍ଷ୍ମୀପୁର ବ୍ଲକରୁ ୧୧,ନନ୍ଦପୁର ବ୍ଲକରୁ ୯,ନାରାୟଣପାଟଣା ବ୍ଲକରୁ ୧୧,ପଟ୍ଟାଙ୍ଗୀ ବ୍ଲକରୁ ୮ ଏବଂ ସେମିଲିଗୁଡା ବ୍ଲକରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୧୭ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୨ ଲକ୍ଷ ୪୮ ହଜାର ୪୦୮ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ମଇ ୧୭ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୯୭୮୭ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୧୯୨ ଟି ସକ୍ରୀୟ କେଶ ରହିଛି ଓ ୨୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।