କୋରାପୁଟ ୧୮-୦୪(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ରବିବାର ଦିନ ୧୦ଜଣ ମହିଳାଙ୍କ ସମେତ ୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆକ୍ରାନ୍ତ ମାନଙ୍କ ମଧ୍ୟରୁ ଜୟପୁର ପୌରାଂଚଳରୁ୧୬, କୋରାପୁଟ ପୌରାଂଚଳରୁ ୬ ଓ ସୁନାବେଡା ପୌରାଂଚଳରୁ ୭ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ଏନଏସିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କୋରାପୁଟ ବ୍ଲକରୁ ୭,କୋଟପାଡ ବ୍ଲକରୁ ୧ ଏବଂ ଲକ୍ଷ୍ମୀପୁର ବ୍ଲକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଏପ୍ରିଲ୍ ୧୭ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୧ଲକ୍ଷ ୯୫ ହଜାର ୭୯୯ ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।