Home କୋରାପୁଟ କୋରାପୁଟ ଜିଲ୍ଲାରେ ୩୯ଜଣ କରୋନା ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ ୩୯ଜଣ କରୋନା ପଜିଟିଭ ଚିହ୍ନଟ

26

କୋରାପୁଟ ୧୮-୦୪(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ରବିବାର ଦିନ ୧୦ଜଣ ମହିଳାଙ୍କ ସମେତ ୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆକ୍ରାନ୍ତ ମାନଙ୍କ ମଧ୍ୟରୁ ଜୟପୁର ପୌରାଂଚଳରୁ୧୬, କୋରାପୁଟ ପୌରାଂଚଳରୁ ୬ ଓ ସୁନାବେଡା ପୌରାଂଚଳରୁ   ୭ଜଣ  ଚିହ୍ନଟ ହୋଇଥିବାବେଳେ  କୋଟପାଡ ଏନଏସିରୁ  ଜଣେ ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ସେହିପରି  କୋରାପୁଟ ବ୍ଲକରୁ ୭,କୋଟପାଡ ବ୍ଲକରୁ ୧  ଏବଂ  ଲକ୍ଷ୍ମୀପୁର  ବ୍ଲକରୁ  ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା  ଜଣାପଡିଛି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଏପ୍ରିଲ୍ ୧୭  ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ  ବୟସର  ୧ଲକ୍ଷ ୯୫  ହଜାର ୭୯୯ ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.