Home କୋରାପୁଟ କୋରାପୁଟ ଜିଲ୍ଲାରେ  ୪୫ଜଣ କରୋନା ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ  ୪୫ଜଣ କରୋନା ପଜିଟିଭ ଚିହ୍ନଟ

36

କୋରାପୁଟ ୨୨-୦୪(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ଗୁରୁବାର ଦିନ  ୧୫ଜଣ ମହିଳାଙ୍କ ସମେତ ୪୫ଜଣ କରୋନା  ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନାଦିଆଯାଇଛି । ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ  ୩,ଜୟପୁର ପୌରାଂଚଳରୁ ୯, ଓ ସୁନାବେଡା ପୌରାଂଚଳରୁ ୬ଜଣ  ଚିହ୍ନଟ ହୋଇଥିବାବେଳେ  କୋଟପାଡ ଏନଏସିରୁ  ୨ଜଣ ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ସେହିପରି  ବନ୍ଧୁଗାଁ ବ୍ଲକରୁ ୨,ବୋରିଗୁମ୍ମା ବ୍ଲକରୁ ୪,ଦଶମନ୍ତପୁର ବ୍ଲକରୁ ୧,ଜୟପୁର ବ୍ଲକରୁ ୨  ଓ କୋରାପୁଟ ବ୍ଲକରୁ ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ କୋଟପାଡ ବ୍ଲକରୁ ୨,କୁନ୍ଦ୍ରା ବ୍ଲକରୁ ୧ ,ଲକ୍ଷ୍ମୀପୁର  ବ୍ଲକରୁ  ୪ ଏବଂ ସେମିଲିଗୁଡା  ବ୍ଲକରୁ  ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା  ଜଣାପଡିଛି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଏପ୍ରିଲ ମାସ ୨୧  ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ  ବୟସର  ୨ ଲକ୍ଷ  ୬ ହଜାର ୪୨୭  ଜଣଙ୍କୁ କରୋନା ଟୀକା କରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.