Home କୋରାପୁଟ  କୋରାପୁଟ ଜିଲ୍ଲାରେ ୫୭ଜଣ କରୋନା ପଜିଟିଭ ଚିହ୍ନଟ

 କୋରାପୁଟ ଜିଲ୍ଲାରେ ୫୭ଜଣ କରୋନା ପଜିଟିଭ ଚିହ୍ନଟ

15

କୋରାପୁଟ ୨୯-୦୪ (ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ  ଗୁରୁବାର ଦିନ ୧୯ଜଣ ମହିଳାଙ୍କ ସମେତ  ୫୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୯ ,ଜୟପୁର ପୌରାଂଚଳରୁ ୩  ,ସୁନାବେଡା ପୌରାଂଚଳରୁ ୧୬ ଓ କୋଟପାଡ ଏନଏସିରୁ ଜଣେ  ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ସେହିପରି  ବନ୍ଧୁଗାଁ ଓ ଦଶମନ୍ତପୁର ବ୍ଲକରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ଜଣାପଡିଛି ।ସେମିଲିଗୁଡା ,ଲମତାପୁଟ ,କୁନ୍ଦ୍ରା ଓ କୋଟପାଡ ବ୍ଲକରୁ ୨ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ନନ୍ଦପୁର ,ଲକ୍ଷ୍ମିପୁର ଓ ପଟ୍ଟାଙ୍ଗୀ ବ୍ଲକରୁ ୩ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ଜଣାପଡିଛି ।ସେହିପରି କୋରାପୁଟ ବ୍ଲକରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ  ବୋରିଗୁମ୍ମା ବ୍ଲକରୁ ୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି  ା  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଏପ୍ରିଲ ୨୮  ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ  ବୟସର  ୨ ଲକ୍ଷ  ୧୯  ହଜାର ୬୯୮  ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା  ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.