କୋରାପୁଟ ୨୩-୦୪(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ଶ୍ରୁକ୍ରବାର ଦିନ ୧୪ଜଣ ମହିଳାଙ୍କ ସମେତ ୫୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବଋ ଜଣାପଡିଛି । ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୭,ଜୟପୁର ପୌରାଂଚଳରୁ ୧୫, ଓ ସୁନାବେଡା ପୌରାଂଚଳରୁ ୧୨ ଜଣ ଚିହ୍ନଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୨,ଜୟପୁର ବ୍ଲକରୁ ୧ ଓ କୋରାପୁଟ ବ୍ଲକରୁ ୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଥିବା ବେଳେ କୁନ୍ଦ୍ରାବ୍ଲକରୁ ୧ ,ଲକ୍ଷ୍ମୀପୁର ବ୍ଲକରୁ ୧,ନନ୍ଦପୁର ବ୍ଲକରୁ ୧,ପଟ୍ଟାଙ୍ଗୀ ବ୍ଲକରୁ ୧ ଏବଂ ସେମିଲିଗୁଡା ବ୍ଲକରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଏପ୍ରିଲ ୨୨ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୨ ଲକ୍ଷ ୮ ହଜାର ୬୬୧ ଜଣଙ୍କୁ କରୋନା ଟୀକା କରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।