କୋରାପୁଟ ୨୯-୦୬(ଓଡିଆ ପୁଅ /ରଂଜନ ଦାସ) ମଙ୍ଗଳବାର କୋରାପୁଟ ଜିଲ୍ଲାରେ ୨୯ଜଣ ମହିଳାଙ୍କ ସମେତ ୬୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦୧୩ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୧୨, ଜୟପୁର ପୌରାଂଚଳରୁ ୭,ସୁନାବେଡା ପୌରାଂଚଳରୁ ୪ ଓ କୋଟପାଡ ଏନଏସିରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ବନ୍ଧୁଗାଁ ବ୍ଲକରୁ ୩,ବୈପାରିଗୁଡା ବ୍ଲକରୁ ୧,ବୋରିଗୁମ୍ମା ବ୍ଲକରୁ ୨,ଦଶମନ୍ତପୁର ବ୍ଲକରୁ ୧, ଜୟପୁର ବ୍ଲକରୁ ୫ ଓ କୋରାପୁଟ ବ୍ଲକରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୧, କୁନ୍ଦୁରା ବ୍ଲକରୁ ୫,ଲମତାପୁଟ ବ୍ଲକରୁ ୨,ନନ୍ଦପୁର ବ୍ଲକରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଲକ୍ଷ୍ମୀପୁର,ନାରାୟଣପାଟଣା,ପଟ୍ଟାଙ୍ଗୀ ଏବଂ ସେମିଲିଗୁଡା ବ୍ଲକରୁ ଆଜି ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୨୮ ତାରିଖ ସୁଦ୍ଧା ୩ ଲକ୍ଷ ୮୩ ହଜାର ୩୮୦ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୨୯ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୭୧୭୧ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୭୮୫ଟି ସକ୍ରୀୟ କେଶ୍ ରହିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଜିଲ୍ଲାରେ ଆଜି ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଜିଲ୍ଲରେ କରୋନାରେ ମୃତ୍ୟୁ ସଂଖ୍ୟା ୫୭କୁ ଛୁଇଁଛି ।