Home କୋରାପୁଟ କୋରାପୁଟ ଜିଲ୍ଲାରେ ୬୫ଜଣ କରୋନା ପଜିଟିଭ ଚିହ୍ନଟ  

କୋରାପୁଟ ଜିଲ୍ଲାରେ ୬୫ଜଣ କରୋନା ପଜିଟିଭ ଚିହ୍ନଟ  

30

କୋରାପୁଟ ୦୫-୦୭(ଓଡିଆ ପୁଅ /ରଂଜନ ଦାସ) ସୋମବାର କୋରାପୁଟ ଜିଲ୍ଲାରେ  ୩୭ଜଣ ମହିଳାଙ୍କ ସମେତ   ୬୫ଜଣ  କରୋନା ଆକ୍ରାନ୍ତ ଚିହ୍ନଟ  ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୧୮୩୭୩ ରେ ପହଂଚିଛି ।  ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ  ୩,ଜୟପୁର ପୌରାଂଚଳରୁ ୫,ସୁନାବେଡା ପୌରାଂଚଳରୁ ୫ ଓ କୋଟପାଡ ଏନଏସିରୁ ଜଣେ   ପଜିଟିଭ ଚିହ୍ନଟ ହୋଇଛନ୍ତି ।  ସେହିପରି  ଆଜି  ବନ୍ଧୁଗାଁ ବ୍ଲକରୁ ୧,ବୈପାରିଗୁଡା ବ୍ଲକରୁ ୩,ଦଶମନ୍ତପୁର ବ୍ଲକରୁ ୪  ଓ କୋରାପୁଟ ବ୍ଲକରୁ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୩,କୁନ୍ଦୁରା ବ୍ଲକରୁ ୨, ଲକ୍ଷ୍ମୀପୁର ବ୍ଲକରୁ ୧,ନନ୍ଦପୁର ବ୍ଲକରୁ ୨,ନାରାୟଣପାଟଣା ବ୍ଲକରୁ ୨,ପଟ୍ଟାଙ୍ଗୀ ବ୍ଲକରୁ ୯  ଓ ସେମଲିଗୁଡା ବ୍ଲକରୁ  ୧୦ ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା  ଜଣାପଡିଛି । ବୋରିଗୁମ୍ମା,ଜୟପୁର ଓ ଲମତାପୁଟ ବ୍ଲକରୁ ଆଜି ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁଲାଇ ୪  ତାରିଖ ସୁଦ୍ଧା ୩ ଲକ୍ଷ ୮୪ ହଜାର ୨୭୯ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଆଜି  ସୁଦ୍ଧା ଜିଲ୍ଲାରେ ମୋଟ   ଆକ୍ରାନ୍ତଙ୍କ ଭିତରୁ  ୧୭୬୩୦ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ  ୬୮୧ ଟି ସକ୍ରୀୟ କେସ ରହିଛି ।  ଜିଲ୍ଲାରେ ଆଜି   ସୁଦ୍ଧା  କରୋନା ଜନିତ  ମୋଟ ମୃତ୍ୟୁ ସଂଖ୍ୟା   ୬୨ରେ  ରହିଛି  ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.