Home କୋରାପୁଟ କୋରାପୁଟ ଜିଲ୍ଲାରେ ୬୫ଜଣ କରୋନା  ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ ୬୫ଜଣ କରୋନା  ପଜିଟିଭ ଚିହ୍ନଟ

37

କୋରାପୁଟ ୧୪-୦୬(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ସୋମବାର ଦିନ  ୨୬ଜଣ ମହିଳାଙ୍କ ସମେତ  ୬୫ଜଣ  କରୋନା ଆକ୍ରାନ୍ତ ଚିହ୍ନଟ  ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୧୬୯୭୪ରେ ପହଂଚିଛି ।  ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ  ୨ ଜଣ  ଚିହ୍ନଟ ହୋଇଥିବାବେଳେ  ଜୟପୁର ପୌରାଂଚଳରୁ ୧୬,ସୁନାବେଡା ପୌରାଂଚଳରୁ  ୮  ଜଣ  ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । କୋଟପାଡ  ଏନଏସିରେ ସୋମବାର  କେହି ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବା ଜଣା ପଡିଛି । ସେହିପରି ବନ୍ଧୁଗାଁ ବ୍ଲକରୁ ୧,ବୈପାରିଗୁଡା ବ୍ଲକରୁ ୧,ବୋରିଗୁମ୍ମା ବ୍ଲକରୁ ୧,ଦଶମନ୍ତପୁର ବ୍ଲକରୁ ୪,ଜୟପୁର ବ୍ଲକରୁ ୫ ଓ କୋରାପୁଟ ବ୍ଲକରୁ ୮  ଜଣ  ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୨,କୁନ୍ଦୁରା ବ୍ଲକରୁ ୧,ଲମତାପୁଟ ବ୍ଲକରୁ ୨,ଲକ୍ଷ୍ମୀପୁର ବ୍ଲକରୁ ୨,ନନ୍ଦପୁର ବ୍ଲକରୁ ୧,ନାରାୟଣପାଟଣା ବ୍ଲକରୁ ୪,ପଟ୍ଟାଙ୍ଗୀ ବ୍ଲକରୁ ୩  ଏବଂ  ସେମିଲିଗୁଡା  ବ୍ଲକରୁ  ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା  ଜଣାପଡିଛି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୧୩  ତାରିଖ ସୁଦ୍ଧା ୩ ଲକ୍ଷ  ୧୧ ହଜାର ୩୩୫  ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୧୩ ତାରିଖ  ସୁଦ୍ଧା ଜିଲ୍ଲାରେ ମୋଟ   ଆକ୍ରାନ୍ତଙ୍କ ଭିତରୁ  ୧୫୪୮୫  ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୪୪୫ଟି ସକ୍ରୀୟ କେସ ରହିଛି ଓ  ୪୪ ଜଣ କରୋନା  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.