କୋରାପୁଟ ୧୯-୦୬(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ଶନିବାର ଦିନ ୩୬ଜଣ ମହିଳାଙ୍କ ସମେତ ୭୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩୨୨ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୧୪ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୧୧ ଓ ସୁନାବେଡା ପୌରାଂଚଳରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କୋଟପାଡ ଏନଏସିରୁ କେହି ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବା ଜଣାପଡିଛି । ସେହିପରି ବୈପାରୀଗୁଡା ,ନନ୍ଦପୁର ଓ ପଟ୍ଟାଙ୍ଗୀ ବ୍ଲକରୁ କେହି ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବା ଜଣାପଡିଛି ।ବନ୍ଧୁଗାଁ ବ୍ଲକରୁ ୧,ବୋରିଗୁମ୍ମାରୁ ୨,ଦଶମନ୍ତପୁରରୁ ୩,ଜୟପୁର ବ୍ଲକରୁ ୧୦ ଓ କୋରାପୁଟ ବ୍ଲକରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୩,କୁନ୍ଦୁରାରୁ ୨,ଲମତାପୁଟରୁ ୩, ଲକ୍ଷ୍ମୀପୁରରୁ ୨, ନାରାୟଣପାଟଣା ବ୍ଲକରୁ ୧ଏବଂ ସେମିଲିଗୁଡା ବ୍ଲକରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୧୮ ତାରିଖ ସୁଦ୍ଧା ୩ ଲକ୍ଷ ୨୧ ହଜାର ୫୩୬ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୧୮ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୬୨୮୯ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୯୮୬ଟି ସକ୍ରୀୟ କେଶ ରହିଛି ଓ ୪୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।